ମା’ ପାଟଖଣ୍ଡାଙ୍କ ଦର୍ଶନ କଲେ ୫-ଟି ସଚିବ

ବାଲିଗୁଡ଼ା,୧୭ା୬(ସଞ୍ଜୟ ପାଣିଗ୍ରାହୀ): ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡ଼ାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କୁ ଦର୍ଶନ କରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ଏହା ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ୫-ଟିରେ ଅନ୍ତର୍ଭୁକ୍ତ କରିବା ସହିତ ଚିକିତ୍ସାଳୟରେ ଥିବା ମା’ ଶିଶୁ ସ୍ବତନ୍ତ୍ର କକ୍ଷ ନିମନ୍ତେ କିଛି ସରକାରୀ ସହାୟତା ପାଇଁ ସୁପାରିସ କରିବେ ବୋଲି କହିଥିଲେ l ୫-ଟି ସଚିବଙ୍କୁ ବାଲିଗୁଡ଼ା ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତର ବିଭିନ୍ନ ସମସ୍ୟା ଜଣାଇବା ନିମନ୍ତେ କୋଟଗଡ଼, ତୁମୁଡ଼ିବନ୍ଧ, କ.ନୂଆଗାଁ ଓ ବାଲିଗୁଡ଼ା ଏହିପରି ୪ଟି ବ୍ଲକର ମିଶନ ଶକ୍ତି ମହିଳାମାନଙ୍କ ସହିତ ପୁରୁଷମାନେ ମଧ୍ୟ ଉପସ୍ଥିତ ରହି ନିଜ ନିଜ ଗ୍ରାମର ସମସ୍ୟା ଜଣାଇଛନ୍ତି।

ପରେ ସେ ବାଲିଗୁଡ଼ା ମିନି ଷ୍ଟାଡିୟମକୁ ଯାଇ ମିଶନ ଶକ୍ତିର ଏସ୍‌ଏଚଜି ଗ୍ରୁପମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ। ବାଲିଗୁଡ଼ା ଉପଖଣ୍ଡ ଜନସାଧାରଣଙ୍କ ସମସ୍ୟା ସମ୍ପର୍କରେ ଲିଖିତ ଅଭିଯୋଗ ଗ୍ରହଣ କରିବା ସହିତ ଅଞ୍ଚଳରେ ସମସ୍ୟାଗୁଡିକ ନିଶ୍ଚିତ ଆଲୋଚନାଭୁକ୍ତ ପୂର୍ବକ ସମାଧାନ କରିବାକୁ ଚେଷ୍ଟା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ୫-ଟି ସଚିବଙ୍କ ସମେତ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା, କନ୍ଧମାଳ ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, କନ୍ଧମାଳ ଜିଲାପାଳ ଆଶିଷ ଈଶ୍ବର ପାଟିଲ, ପ୍ରକଳ୍ପ ନିର୍ଦେଶକ ରାଜେନ୍ଦ୍ର ରଞ୍ଜିତ,ଜିଲା ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ ପାତ୍ର, ବାଲିଗୁଡ଼ା ଉପଜିଲାପାଳ ଶ୍ରୀମତୀ ମଧୁମିତାଙ୍କ ସମେତ ସମସ୍ତ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri