ମା’ ପାଟଖଣ୍ଡାଙ୍କ ଦର୍ଶନ କଲେ ୫-ଟି ସଚିବ

ବାଲିଗୁଡ଼ା,୧୭ା୬(ସଞ୍ଜୟ ପାଣିଗ୍ରାହୀ): ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡ଼ାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କୁ ଦର୍ଶନ କରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ଏହା ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ୫-ଟିରେ ଅନ୍ତର୍ଭୁକ୍ତ କରିବା ସହିତ ଚିକିତ୍ସାଳୟରେ ଥିବା ମା’ ଶିଶୁ ସ୍ବତନ୍ତ୍ର କକ୍ଷ ନିମନ୍ତେ କିଛି ସରକାରୀ ସହାୟତା ପାଇଁ ସୁପାରିସ କରିବେ ବୋଲି କହିଥିଲେ l ୫-ଟି ସଚିବଙ୍କୁ ବାଲିଗୁଡ଼ା ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତର ବିଭିନ୍ନ ସମସ୍ୟା ଜଣାଇବା ନିମନ୍ତେ କୋଟଗଡ଼, ତୁମୁଡ଼ିବନ୍ଧ, କ.ନୂଆଗାଁ ଓ ବାଲିଗୁଡ଼ା ଏହିପରି ୪ଟି ବ୍ଲକର ମିଶନ ଶକ୍ତି ମହିଳାମାନଙ୍କ ସହିତ ପୁରୁଷମାନେ ମଧ୍ୟ ଉପସ୍ଥିତ ରହି ନିଜ ନିଜ ଗ୍ରାମର ସମସ୍ୟା ଜଣାଇଛନ୍ତି।

ପରେ ସେ ବାଲିଗୁଡ଼ା ମିନି ଷ୍ଟାଡିୟମକୁ ଯାଇ ମିଶନ ଶକ୍ତିର ଏସ୍‌ଏଚଜି ଗ୍ରୁପମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ। ବାଲିଗୁଡ଼ା ଉପଖଣ୍ଡ ଜନସାଧାରଣଙ୍କ ସମସ୍ୟା ସମ୍ପର୍କରେ ଲିଖିତ ଅଭିଯୋଗ ଗ୍ରହଣ କରିବା ସହିତ ଅଞ୍ଚଳରେ ସମସ୍ୟାଗୁଡିକ ନିଶ୍ଚିତ ଆଲୋଚନାଭୁକ୍ତ ପୂର୍ବକ ସମାଧାନ କରିବାକୁ ଚେଷ୍ଟା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ୫-ଟି ସଚିବଙ୍କ ସମେତ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା, କନ୍ଧମାଳ ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, କନ୍ଧମାଳ ଜିଲାପାଳ ଆଶିଷ ଈଶ୍ବର ପାଟିଲ, ପ୍ରକଳ୍ପ ନିର୍ଦେଶକ ରାଜେନ୍ଦ୍ର ରଞ୍ଜିତ,ଜିଲା ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ ପାତ୍ର, ବାଲିଗୁଡ଼ା ଉପଜିଲାପାଳ ଶ୍ରୀମତୀ ମଧୁମିତାଙ୍କ ସମେତ ସମସ୍ତ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri