୧୧ ବର୍ଷ ପରେ ନ୍ୟାୟ…ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାୟଗଡ଼ା,୧୮।୧୧(ଆଶିଷ ରଞ୍ଜନ ପଣ୍ଡା) -ଦୀର୍ଘ ୧୧ ବର୍ଷ ପରେ ରାୟଗଡ଼ା ସହର ବୁଦୁରାବାଲସା ସାହିରେ ହୋଇଥିବା ବହୁଚର୍ଚ୍ଚିତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ରାୟଗଡ଼ା ଜିଲା ଦୌରାଜଜ୍‌ ସତ୍ୟନାରାୟଣ ଷଡ଼ଙ୍ଗୀ ମଙ୍ଗଳବାର ଏହି ମାମଲାର ଶୁଣାଣିକରି ଗୋଟିଏ ପରିବାରର ୫ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ହଜାର ଟଙ୍କା ଲେଖାଏ ଜରିମାନା ରାୟ ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଜଜ୍‌ ୧ ବର୍ଷ ଅତିରିକ୍ତ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦଣ୍ଡାଦେଶ ପାଇଥିବା ୫ ଅଭିଯୁକ୍ତ ହେଲେ ରାୟଗଡ଼ା ସହର ବୁଦୁରାବାଲସା ଅଞ୍ଚଳର ପି. ସୁରିଆ ରାଓ, ପି. ଶଙ୍କର ରାଓ, ପି. ଶ୍ରୀନୁ, ପି. ତ୍ରିନାଥ ରାଓ ଏବଂ ପି. ସତ୍ୟମ୍‌।
ସୂଚନା ଅନୁଯାୟୀ, ୨୦୧୪ ଅଗଷ୍ଟ ୯ରେ ବୁଦୁରାବାଲସା ସାହିର କେ.ଆପଲାନାରାୟଣାଙ୍କୁ ଅଭିଯୁକ୍ତମାନେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ସେଠାରେ ଉପସ୍ଥିତ ଥିବା ଗୌରୀବାବୁ ଆପଲାନାରାୟଣାଙ୍କୁ ରକ୍ଷାକରିବା ସମୟରେ ଅଭିଯୁକ୍ତ ସୁରିୟା ଗୌରୀଙ୍କୁ ଆକ୍ରମଣ କରିବାରୁ ସେ ମଧ୍ୟ ଆହତ ହୋଇଥିଲେ। ଏହି ସମୟରେ ସାହି ଲୋକେ ଆସିଯିବାରୁ ସମସ୍ତେ ସେଠାରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଆପଲାନାରାୟଣା ଓ ଗୌରୀଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଆପଲାନାରାୟଣା ଗୁରୁତର ଥିବାରୁ ତାଙ୍କୁ ବିଜୟନଗରମ୍‌ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସାହିରେ ମଝିଘରିଆଣୀ ପୂଜା ଓ ଯାତ୍ରାକୁ ନେଇ ଏହି କାଣ୍ଡ ଘଟିଥିବା ମୃତ ଆପଲାନାରାୟଣାଙ୍କ ଭାଇ ଏ. ରାବଣା ଅଭିଯୋଗରେ ଉଲ୍ଲେଖ କରିଥିଲେ। ଏନେଇ ରାୟଗଡ଼ା ଥାନାରେ କେସ୍‌ ନଂ. ୧୬୧/୨୦୧୪ରେ ମାମଲା ରୁଜୁକରି ଘଟଣାର ତଦନ୍ତ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ମାମଲା ସରକାରୀ ଓକିଲ ବିକ୍ରମ କୁମାର କୁଣ୍ଡୁ ପରିଚାଳନା କରୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri