ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ଫାଇଭ ଷ୍ଟାର ରେଟିଂ

ଭୁବନେଶ୍ୱର,୧୪।୯: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ମାନ୍ୟତା ‘ଫାଇଭ ଷ୍ଟାର ରେଟିଂ’ ଦିଆଯାଇଛି। ଏପରିକି ଜେଏସ୍‌ଏଲ୍‌ର ହିସାର ପ୍ଲାଣ୍ଟକୁ ବ୍ରିଟିଶ ସେଫ୍ଟି କାଉନସିଲ ପକ୍ଷରୁ ବୃତ୍ତିଗତ ସ୍ବାସ୍ଥ୍ୟ ଓ ସୁରକ୍ଷା ପାଇଁ ଫାଇଭ ଷ୍ଟାର ରେଟିଂ ମିଳିଛି। ଏହି ସ୍ବୀକୃତି କର୍ମଚାରୀମାନଙ୍କ ପାଇଁ ଏକ ସୁରକ୍ଷିତ ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଦିଗରେ କମ୍ପାନୀର ସମର୍ପଣ ମନୋଭାବକୁ ଦର୍ଶାଉଛି। ସେହିଭଳି ପୁଙ୍ଖାନୁପୁଙ୍ଖ ସମୀକ୍ଷା ପରେ ପ୍ରଦାନ କରାଯାଇଥିବା ଏହି ଫାଇଭ ଷ୍ଟାର ରେଟିଂ ଜିନ୍ଦଲ ଷ୍ଟେନ୍‌ଲେସ୍‌ର ସ୍ବାସ୍ଥ୍ୟ ଓ ନିରାପତ୍ତା ପରିଚାଳନାରେ ରହିଥିବା ସର୍ବୋଚ୍ଚ ମାନଦଣ୍ଡକୁ ପ୍ରତିଫଳିତ କରୁଛି। ଏପରିକି ଅଡିଟ୍‌ ପ୍ରକ୍ରିୟାରେ କମ୍ପାନୀର ସୁରକ୍ଷା ନୀତି, ପଦ୍ଧତି ଏବଂ ଅଭ୍ୟାସଗୁଡିକର ପୁଙ୍ଖାନୁପୁଙ୍ଖ ମୂଲ୍ୟାଙ୍କନ ସହିତ ବରିଷ୍ଠ ପରିଚାଳନା ବୃନ୍ଦ ଏବଂ କର୍ମଚାରୀଙ୍କ ସହ ସାକ୍ଷାତକାର ଏବଂ ଅନ୍‌-ସାଇଟ୍‌ ଯାଞ୍ଚ ଅନ୍ତଭୁର୍କ୍ତ ଥିଲା। ଜିନ୍ଦଲ ଷ୍ଟେନ୍‌ଲେସ୍‌ର ଏମଡି ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ବ୍ରିଟିଶ ସେଫ୍ଟି କାଉନସିଲରୁ ‘ଫାଇଭ ଷ୍ଟାର ରେଟିଂ’ ହାସଲ କରିବା ଆମ ପାଇଁ ସମ୍ମାନର ବିଷୟ ହୋଇଥିଲାବେଳେ ଏକ ସୁରକ୍ଷିତ କାର୍ଯ୍ୟ ପରିବେଶକୁ ପ୍ରୋତ୍ସାହିତ କରିବା ପାଇଁ ଆମର ନିରନ୍ତର ପ୍ରୟାସର ଏହା ଏକ ବଳିଷ୍ଠ ପ୍ରତିଫଳନ ହୋଇଛି। ସୁରକ୍ଷା ଉପରେ ଆମର ଗୁରୁତ୍ୱ କେବଳ ଅନୁପାଳନରେ ସୀମିତ ନୁହେଁ ବରଂ ଆମେ ଦୈନନ୍ଦିନ ଅପରେଶନରେ ସୁରକ୍ଷାକୁ ନିବିଡ଼ ଭାବେ ସାମିଲ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri