୫ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ‘ରାଷ୍ଟ୍ର ନିର୍ମାତା’ ସମ୍ମାନ ପ୍ରଦାନ

ଛତ୍ରପୁର, ଦିଲ୍ଲୀପ ସାମଲ ୧୫/୯: ଛତ୍ରପୁର ରୋଟାରୀ କ୍ଲବ ପକ୍ଷରୁ ସମାଜ ଗଠନ ଦିଗରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ୫ ଜଣ ଶିକ୍ଷକ/ ଶିକ୍ଷୟିତ୍ରୀଙ୍କୁ ସମ୍ମାନଜନକ ‘ରୋଟାରୀ ରାଷ୍ଟ୍ର ନିର୍ମାତା’ ସମ୍ମାନ ପ୍ରଦାନ କରାଯାଇଛି। ଛତ୍ରପୁର ପିଲିବନ୍ଧ ରୋଡସ୍ଥିତ କ୍ଲବର ନିଜସ୍ବ ପରିସରରେ ସଭାପତି ତଥା ହାଇକୋର୍ଟ ଆଡ଼ଭୋକେଟ ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଭୂମିକା ଉପରେ କହିଥିଲେ। ଏହା ସେ କାର୍ଯ୍ୟକ୍ରମ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ, ଏହି ଅବସରରେ ୫ ଜଣ ଶିକ୍ଷକ/ ଶିକ୍ଷୟତ୍ରୀଙ୍କୁ ମୁଖ୍ୟ ଅତିଥି ମାନପତ୍ର, ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ମାନୀତ କରିଥିଲେ। କ୍ଳବର ସମ୍ପାଦକ ଡମ୍ବୁରୁଧର ସାହୁ ଅତିଥିମାନଙ୍କୁ ସ୍ବାଗତ କରିଥିଲେ, ରୋଟାରିୟନ ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ସୂର୍ଯ୍ୟ ନାରାୟଣ ସାମନ୍ତରାୟ, ନିରଞ୍ଜନ ପାତ୍ର, ଡ଼ଃ ବିମଳ ପ୍ରସାଦ ସାହୁ, ଦ୍ବାରିକା ପ୍ରସାଦ ପଟ୍ଟନାୟକ, ସୁରଜିତ ସାମନ୍ତ ରାୟ, ସୁଜିତ ପଟ୍ଟନାୟକ, ଏସ. ରେଖା ମହାନ୍ତି, ଏମ ଧନଞ୍ଜୟ ରେଡ୍ଡୀ, ସ୍ବାଗତିକା ସାମନ୍ତରାୟ, ଇଂ. ରାଜକିଶୋର,ଏମ ବାସୁଦେବ ରାଓ ଓ ଇ ନାଗେଶର ରାଓଙ୍କ ସମେତ ଅନ୍ୟାନ୍ୟ ସଭ୍ୟ/ସଭ୍ୟାମାନେ ଯୋଗଦେଇ ବିଭିନ୍ନ ମାପଦଣ୍ଡକୁ ଭିତ୍ତିକରି ସମ୍ମାନିତ କରାଯାଇଥିବା ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ଉପରେ ନିଜ ନିଜ ଅଭି ଭାଷଣ ରଖିଥିଲେ। ଶେଷରେ ସମ୍ପାଦକ ଶ୍ରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri