Posted inଜାତୀୟ

ରାଞ୍ଚି ଷ୍ଟେଶନରେ ୫ ମହିଳା ମୂର୍ଚ୍ଛାଗଲେ

ରାଞ୍ଚତ୍,୧୮।୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ମହାକୁମ୍ଭ ମେଳା ଯାତ୍ରୀଙ୍କ ଗହଳି ଯୋଗୁ ଶନିବାର ରାତିରେ ଦଳାଚକଟା ହୋଇ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଯାତ୍ରୀ ଆହତ ହୋଇଥିଲେ। ଏହାର ଦିନକ ପରେ ଝାଡ଼ଖଣ୍ଡର ରାଞ୍ଚତ୍ ରେଳଷ୍ଟେଶନରେ କୁମ୍ଭମେଳା ଯାତ୍ରୀଙ୍କ ଅସମ୍ଭାଳ ଭିଡ଼ ଯୋଗୁ ୫ ଜଣ ମହିଳା ଯାତ୍ରୀ ମୂର୍ଚ୍ଛା ଯାଇଛନ୍ତି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ରବିବାର ରାଞ୍ଚତ୍ ଷ୍ଟେଶନରେ ୧୨୮୧୭ ଝାଡ଼ଖଣ୍ଡ ସ୍ବର୍ଣ୍ଣଜୟନ୍ତୀ ଏକ୍ସପ୍ରେସ୍‌ ପହଞ୍ଚତ୍ବା ସମୟରେ ସେଥିରେ ଯାତ୍ରୀ ଭର୍ତ୍ତି ହୋଇସାରିଥିଲେ। ଟିକେଟ କରି ନ ଥିବା ବହୁସଂଖ୍ୟାରେ ଯାତ୍ରୀ ଉକ୍ତ ଟ୍ରେନ୍‌ରେ ଉଠିବା ସହ କୋଚ୍‌ଗୁଡ଼ିକର ଦ୍ୱାର ଭିତରପଟୁ ବନ୍ଦ କରିଦେଇଥିଲେ। ଟିକେଟ କରି ଟ୍ରେନ୍‌ରେ ଯିବା ପାଇଁ ଅପେକ୍ଷା କରିଥିବା ଲୋକେ ଡୋର୍‌ ଖୋଲିବା ପାଇଁ ସେମାନଙ୍କୁ ନେହୁରା ହୋଇଥିଲେ। ଆର୍‌ପିଏଫ୍‌ ଯବାନମାନେ ମଧ୍ୟ ଉକ୍ତ ବଗିଗୁଡ଼ିକରେ ପଶିପାରି ନ ଥିଲେ। ଟିକେଟ କରିଥିବା ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀ ରହିଯାଇଥିଲେ। ଗହଳି ମଧ୍ୟରେ ୫ ଜଣ ମହିଳା ସଂଜ୍ଞାହୀନ ହୋଇପଡ଼ିବାରୁ ଅନ୍ୟ ମହିଳାମାନେ ଭୟରେ ଟ୍ରେନ୍‌ରେ ଚଢ଼ି ନ ଥିଲେ। କେତେଜଣ ଯାତ୍ରୀ ଟ୍ରେନ୍‌ରେ ଚଢ଼ିଯାଇଥିବାବେଳେ ସେମାନଙ୍କ ପରିବାର ଲୋକେ ଯାଇ ନ ପାରି ଷ୍ଟେଶନରେ ରହିଯାଇଥିଲେ। ଟ୍ରେନ୍‌ର ସାମର୍ଥ୍ୟ ଅନୁଯାୟୀ ଟିକେଟ ଇସ୍ୟୁ କରିବାକୁ ରେଲଓ୍ବେ ପକ୍ଷରୁ ବ୍ୟବସାୟିକ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri