Posted inଭଦ୍ରକ

ଭିତ୍ତିପ୍ରସ୍ତରକୁ ୫ ବର୍ଷ ବିତିଲା, ଇଟା ଖଣ୍ଡେ ପଡ଼ିଲାନି

ଧାମନଗର, ୩୦ା୫ (ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଦୋବଲ କାଳୀପଡ଼ିଆଠାରେ କଲ୍ୟାଣ ମଣ୍ଡପ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଗ୍ରାମାଞ୍ଚଳରେ କଲ୍ୟାଣ ମଣ୍ଡପ ନିର୍ମାଣ ହେବ ଶୁଣି ସ୍ଥାନୀୟ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଯାଇଥିଲା। ଏହା ମଧ୍ୟରେ ଭିତ୍ତିପ୍ରସ୍ତରକୁ ପାଞ୍ଚ ବର୍ଷ ବିତିଯାଇଥିଲେ ମଧ୍ୟ ଇଟା ଖଣ୍ଡେ ପଡ଼ିନାହିଁ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।
ଦୋବଲ କାଳିପଡ଼ିଆଠାରେ ୩୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଲ୍ୟାଣ ମଣ୍ଡପ ନିର୍ମାଣ ନିମନ୍ତେ ୨୦୧୬ରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ତତ୍କାଳୀନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ପ୍ରଥମ କିସ୍ତିରେ ୧୦ଲକ୍ଷ ଟଙ୍କା ପଞ୍ଚାୟତ ଆକାଉଣ୍ଟକୁ ଆସିଥିଲା। ସେତେବେଳେ ମୁସ୍ତାଫାପୁର ଦୋବଲ ପଞ୍ଚାୟତରେ ଥିଲା। ନୂତନ ପଞ୍ଚାୟତ ଗଠନ ପରେ ଦୋବଲରୁ ମୁସ୍ତାଫାପୁରକୁ ଅଲଗା କରାଯାଇଥିଲା। ଆସିଥିବା ୧୦ ଲକ୍ଷ ଟଙ୍କା ମୁସ୍ତାଫାପୁର ପଞ୍ଚାୟତ ଆକାଉଣ୍ଟକୁ ସ୍ଥାନାନ୍ତର କରାଯାଇଛି। ପରେ ଦୋବଲ ପଞ୍ଚାୟତରେ କଲ୍ୟାଣ ମଣ୍ଡପ ପାଇଁ ଟଙ୍କା ଆସି କାମ ଆରମ୍ଭ ହୋଇଛି। କିନ୍ତୁ ମୁସ୍ତାଫାପୁର ପଞ୍ଚାୟତରେ ଏଯାଏ କାମ ଆରମ୍ଭ ହୋଇପାରି ନାହିଁ। ଜିଲାପାଳ ଓ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର ନାୟକ କହିଛନ୍ତି, ଜାଗା ଚିହ୍ନଟ ନେଇ ସମସ୍ୟା ରହିଛି। ସ୍ଥାନ ଚିହ୍ନଟ ପରେ ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ…

ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା…

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି…

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri