Posted inଭଦ୍ରକ

ଭିତ୍ତିପ୍ରସ୍ତରକୁ ୫ ବର୍ଷ ବିତିଲା, ଇଟା ଖଣ୍ଡେ ପଡ଼ିଲାନି

ଧାମନଗର, ୩୦ା୫ (ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଦୋବଲ କାଳୀପଡ଼ିଆଠାରେ କଲ୍ୟାଣ ମଣ୍ଡପ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଗ୍ରାମାଞ୍ଚଳରେ କଲ୍ୟାଣ ମଣ୍ଡପ ନିର୍ମାଣ ହେବ ଶୁଣି ସ୍ଥାନୀୟ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଯାଇଥିଲା। ଏହା ମଧ୍ୟରେ ଭିତ୍ତିପ୍ରସ୍ତରକୁ ପାଞ୍ଚ ବର୍ଷ ବିତିଯାଇଥିଲେ ମଧ୍ୟ ଇଟା ଖଣ୍ଡେ ପଡ଼ିନାହିଁ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।
ଦୋବଲ କାଳିପଡ଼ିଆଠାରେ ୩୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଲ୍ୟାଣ ମଣ୍ଡପ ନିର୍ମାଣ ନିମନ୍ତେ ୨୦୧୬ରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ତତ୍କାଳୀନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ପ୍ରଥମ କିସ୍ତିରେ ୧୦ଲକ୍ଷ ଟଙ୍କା ପଞ୍ଚାୟତ ଆକାଉଣ୍ଟକୁ ଆସିଥିଲା। ସେତେବେଳେ ମୁସ୍ତାଫାପୁର ଦୋବଲ ପଞ୍ଚାୟତରେ ଥିଲା। ନୂତନ ପଞ୍ଚାୟତ ଗଠନ ପରେ ଦୋବଲରୁ ମୁସ୍ତାଫାପୁରକୁ ଅଲଗା କରାଯାଇଥିଲା। ଆସିଥିବା ୧୦ ଲକ୍ଷ ଟଙ୍କା ମୁସ୍ତାଫାପୁର ପଞ୍ଚାୟତ ଆକାଉଣ୍ଟକୁ ସ୍ଥାନାନ୍ତର କରାଯାଇଛି। ପରେ ଦୋବଲ ପଞ୍ଚାୟତରେ କଲ୍ୟାଣ ମଣ୍ଡପ ପାଇଁ ଟଙ୍କା ଆସି କାମ ଆରମ୍ଭ ହୋଇଛି। କିନ୍ତୁ ମୁସ୍ତାଫାପୁର ପଞ୍ଚାୟତରେ ଏଯାଏ କାମ ଆରମ୍ଭ ହୋଇପାରି ନାହିଁ। ଜିଲାପାଳ ଓ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର ନାୟକ କହିଛନ୍ତି, ଜାଗା ଚିହ୍ନଟ ନେଇ ସମସ୍ୟା ରହିଛି। ସ୍ଥାନ ଚିହ୍ନଟ ପରେ ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri