Posted inଖେଳ

୫ ବର୍ଷ ପୂର୍ବେ ଆଜିର ଦିନରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ ଧୋନୀ

ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୪ରେ ଆଜିର ଦିନରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ୬ ବର୍ଷ ପୂର୍ବେ ମେଲବୋର୍ନରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚ ପରେ ଧୋନୀ ହଠାତ୍‌ ଅବସର ଘୋଷଣା କରି କ୍ରିକେଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ଭାରତ ପାଇଁ ୯୦ଟି ଟେଷ୍ଟ ମ୍ୟାଚ ଖେଳିଥିବା ଧୋନୀ ହାରାହାରି ୩୮.୦୯ରେ ୪୮୭୬ ରନ ସଂଗ୍ରହ କରିଛନ୍ତି। ଟେଷ୍ଟ କ୍ରିକେଟରେ ତାଙ୍କର ସର୍ବାଧିକ ସ୍କୋର ଥିଲା ୨୨୪ ଯାହା ସେ ଅଷ୍ଟ୍ରେଲିଆ ବିପକ୍ଷରେ ସ୍କୋର କରିଥିଲେ। ସେ ଏହି ଫର୍ମାଟରେ ୬ଟି ଶତକ ଏବଂ ୩୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ୨୦୧୪ରେ, ଅଷ୍ଟ୍ରେଲିଆ ଗସ୍ତରେ ଯାଇଥିବା ଭାରତୀୟ ଦଳ ପ୍ରଥମ ଟେଷ୍ଟ ମ୍ୟାଚ ଆଡିଲେଡରେ ୪୮ ରନ ଏବଂ ବ୍ରିସବେନ୍‌ରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ୪ ଉଇକେଟରେ ପରାସ୍ତ ହୋଇଥିଲା। ଆଙ୍ଗୁଠିରେ ଆଘାତ ଲାଗି ଧୋନୀ ପ୍ରଥମ ଟେଷ୍ଟ ମ୍ୟାଚରେ ଖେଳିପାରି ନ ଥିଲେ ଏବଂ ତାଙ୍କ ସ୍ଥାନରେ ବିରାଟ କୋହଲି ଦାୟିତ୍ୱରେ ରହିଥିଲେ। ମେଲବୋର୍ନ ଟେଷ୍ଟରେ ଧୋନୀ ଦଳକୁ ଫେରିଥିଲେ ଏବଂ କୌଣସି ପ୍ରକାରେ ଏହି ଟେଷ୍ଟ ଦଳ ଭାରତକୁ ଡ୍ର କରିବାରେ ସଫଳ ହୋଇଥିଲେ। ମ୍ୟାଚ ଶେଷ ହେବା ପରେ ଧୋନି ଡ୍ରେସିଂ ରୁମରେ ପହଞ୍ଚିବା ପରେ ସେ ସାଥୀ ଖେଳାଳିଙ୍କୁ ତାଙ୍କ ଅବସର ବିଷୟରେ ସୂଚନା ଦେଇଥିଲେ। ଧୋନୀ ଯଦି ଚାହିଁଲେ ସହଜରେ ୧୦୦ ଟେଷ୍ଟ ଖେଳିଥାନ୍ତେ, କିନ୍ତୁ ପୂର୍ବପରି ସେ ନିଜ ନିଷ୍ପତ୍ତି ଅନୁଯାୟୀ ଏହି ନିଷ୍ପତ୍ତି ନେଇଥିଲେ।
ଭାରତର ସଫଳ ଅଧିନାୟକ ଧୋନୀଙ୍କ ଅଧୀନରେ ଟିମ ଇଣ୍ଡିଆ ୬୦ଟି ଟେଷ୍ଟ ମ୍ୟାଚ ଖେଳିଛି ଯେଉଁଥିରେ ଦଳ ୨୭ ଟି ଜିତିଛି। ଏହା ବ୍ୟତୀତ ଧୋନୀ ହେଉଛନ୍ତି ଏକମାତ୍ର ଖେଳାଳି ଯିଏକି ତାଙ୍କ ଅଧିନାୟକତ୍ୱରେ ଟି -୨୦ ବିଶ୍ୱକପ, ଏକଦିବସୀୟ ବିଶ୍ୱକପ ଏବଂ ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଛନ୍ତି। ଚଳିତ ବର୍ଷ ଅଗଷ୍ଟ ୧୫ରେ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଯଦିଓ ସେ ଇଣ୍ଡିଆନ ପ୍ରିମିୟର ଲିଗ ଖେଳିବା ଜାରି ରଖିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?