ମରଣାନ୍ତକ ଆକ୍ରମଣ ମାମଲାରେ ୫ବର୍ଷ ଜେଲ

କେନ୍ଦୁଝର,୧୦ା୩ (ସ୍ବ.ପ୍ର.):  କେନ୍ଦୁଝର ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଏକ ମରଣାନ୍ତକ ଆକ୍ରମଣ ଘଟଣାର ବୁଧବାର ରାୟ ଶୁଣାଇ ଅଭିଯୁକ୍ତ ଲଛମନ ପରିଡାଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ରାୟରେ କୁହାଯାଇଥିବା ସରକାରୀ ବରିଷ୍ଠ ଆଇନଜୀବୀ ଅଶୋକ କୁମାର ଦାସ ସୂଚନା ଦେଇଛନ୍ତି।
ଘଟଣାରୁ ପ୍ରକାଶ ଯେ, ୨୦୧୪ ମସିହା ମେ’ ୨୮ ତାରିଖ ମଧ୍ୟାହ୍ନରେ ପଣ୍ଡାପଡା ଥାନା ଅନ୍ତର୍ଗତ ଖୁଦପଶି ଗ୍ରାମର ଅଲେଖ ପରିଡା ପୋଖରୀରୁ ଗାଧୋଇ ଫେରୁଥିବାବେଳେ ପୂର୍ବ ଶତ୍ରୁତାକୁ ନେଇ ଉକ୍ତ ଗ୍ରାମର ଲଛମନ ଓ ତାଙ୍କ ପୁଅ ଶାନ୍ତନୁ ତାଙ୍କ ଉପରକୁ ପଥର ପକାଇ ଆକ୍ରମଣ କରିଥିଲେ। ଏହାର ପ୍ରତିରୋଧ କରିବାରୁ ଲଛମନ ଧରିଥିବା ବନ୍ଧୁକରୁ ଅଲେଖଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିରେ ଅଲେଖ ଗୁରୁତର ହୋଇ କେନ୍ଦୁଝର ମୁଖ୍ୟ ଚିକିସତ୍ାଳୟ ଏବଂ ପରେ କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ। ଏନେଇ ଅଲେଖଙ୍କ ସ୍ତ୍ରୀ କୌତୁକୀ ପଣ୍ଡାପଡା ଥାନାରେ ଏତଲା ଦେଇଥିଲେ। ପଣ୍ଡାପଡା ପୋଲିସ ଏକ ମାମଲା (ନଂ ୩୩/୨୦୧୪) ରୁଜୁ କରି ଲଛମନ ଏବଂ ଶାନ୍ତନୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବୁଧବାର ୧୩ ଜଣ ସାକ୍ଷୀ ଓ ପୋଲିସ ତଦନ୍ତ ରିପୋର୍ଟକୁ ଆଧାର କରି ସିଜେଏମ କୋର୍ଟ ଲଛମନଙ୍କୁ ୫ବର୍ଷ କାରାଦଣ୍ଡ ସହିତ ୨ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି। ପ୍ରମାଣ ଅଭାବରୁ କୋର୍ଟ ଶାନ୍ତନୁଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?