ମରଣାନ୍ତକ ଆକ୍ରମଣ ମାମଲାରେ ୫ବର୍ଷ ଜେଲ

କେନ୍ଦୁଝର,୧୦ା୩ (ସ୍ବ.ପ୍ର.):  କେନ୍ଦୁଝର ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଏକ ମରଣାନ୍ତକ ଆକ୍ରମଣ ଘଟଣାର ବୁଧବାର ରାୟ ଶୁଣାଇ ଅଭିଯୁକ୍ତ ଲଛମନ ପରିଡାଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ରାୟରେ କୁହାଯାଇଥିବା ସରକାରୀ ବରିଷ୍ଠ ଆଇନଜୀବୀ ଅଶୋକ କୁମାର ଦାସ ସୂଚନା ଦେଇଛନ୍ତି।
ଘଟଣାରୁ ପ୍ରକାଶ ଯେ, ୨୦୧୪ ମସିହା ମେ’ ୨୮ ତାରିଖ ମଧ୍ୟାହ୍ନରେ ପଣ୍ଡାପଡା ଥାନା ଅନ୍ତର୍ଗତ ଖୁଦପଶି ଗ୍ରାମର ଅଲେଖ ପରିଡା ପୋଖରୀରୁ ଗାଧୋଇ ଫେରୁଥିବାବେଳେ ପୂର୍ବ ଶତ୍ରୁତାକୁ ନେଇ ଉକ୍ତ ଗ୍ରାମର ଲଛମନ ଓ ତାଙ୍କ ପୁଅ ଶାନ୍ତନୁ ତାଙ୍କ ଉପରକୁ ପଥର ପକାଇ ଆକ୍ରମଣ କରିଥିଲେ। ଏହାର ପ୍ରତିରୋଧ କରିବାରୁ ଲଛମନ ଧରିଥିବା ବନ୍ଧୁକରୁ ଅଲେଖଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିରେ ଅଲେଖ ଗୁରୁତର ହୋଇ କେନ୍ଦୁଝର ମୁଖ୍ୟ ଚିକିସତ୍ାଳୟ ଏବଂ ପରେ କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ। ଏନେଇ ଅଲେଖଙ୍କ ସ୍ତ୍ରୀ କୌତୁକୀ ପଣ୍ଡାପଡା ଥାନାରେ ଏତଲା ଦେଇଥିଲେ। ପଣ୍ଡାପଡା ପୋଲିସ ଏକ ମାମଲା (ନଂ ୩୩/୨୦୧୪) ରୁଜୁ କରି ଲଛମନ ଏବଂ ଶାନ୍ତନୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବୁଧବାର ୧୩ ଜଣ ସାକ୍ଷୀ ଓ ପୋଲିସ ତଦନ୍ତ ରିପୋର୍ଟକୁ ଆଧାର କରି ସିଜେଏମ କୋର୍ଟ ଲଛମନଙ୍କୁ ୫ବର୍ଷ କାରାଦଣ୍ଡ ସହିତ ୨ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି। ପ୍ରମାଣ ଅଭାବରୁ କୋର୍ଟ ଶାନ୍ତନୁଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri