Posted inଜାତୀୟ

ପ୍ରଥମେ ନିଜ ସିଷ୍ଟମ ଠିକ୍‌ କରନ୍ତୁ ରାହୁଲ ଗାନ୍ଧୀ, ପରେ ଦେଶ କଥା ଭାବିବେ

ନୂଆଦିଲ୍ଲୀ,୨୬।୫: କଂଗ୍ରେସର ପୂର୍ବତନ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍‌ ପୁଣି ଥରେ ରାହୁଲ ଗାନ୍ଧୀ ଏବଂ ବିରୋଧୀ ମେଣ୍ଟ ଇଣ୍ଡିଆ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ଦେଶର ବ୍ୟବସ୍ଥାକୁ ଠିକ କରିବା ବିଷୟରେ କଥାବାର୍ତ୍ତା କରୁଛନ୍ତି, କିନ୍ତୁ ତାଙ୍କର ନିଜସ୍ବ ବ୍ୟବସ୍ଥା ଠିକ ନାହିଁ। ପ୍ରଥମେ ନିଜ ସିଷ୍ଟମ ଠିକ୍‌ କରନ୍ତୁ, ପରେ ଦେଶ କଥା ଭାବିବେ।
କଂଗ୍ରେସର ପୂର୍ବତନ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍‌ ସମ୍ଭଲରେ ଅବସ୍ଥିତ କାଲ୍କି ଧାମରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ବେଳେ ଏହା କହିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଏବଂ ମନମୋହନ ସିଂଙ୍କ କାର୍ଯ୍ୟକାଳ ମଧ୍ୟରେ ପଛୁଆ ଶ୍ରେଣୀର ଅବସ୍ଥା ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ସେ ଦେଇଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ଦେଶର ବ୍ୟବସ୍ଥାର ଫିକ୍ସିଂ ବିଷୟରେ କହୁଛନ୍ତି, କିନ୍ତୁ ମୁଁ ପ୍ରଥମେ ତାଙ୍କ ସିଷ୍ଟମ ଠିକ କରିବାକୁ ଅନୁରୋଧ କରିବି। ଏହା ପରେ ହିଁ ଦେଶର ବ୍ୟବସ୍ଥାର ସମାଧାନ ବିଷୟରେ ଆଲୋଚନା ହେବ।
ଆଚାର୍ଯ୍ୟ ପ୍ରମୋଦ ଇଣ୍ଡିଆ ସହଯୋଗୀ ଦଳକୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳର ନେତାମାନେ ଦେଶ ବିଷୟରେ କଥାବାର୍ତ୍ତା କରୁଛନ୍ତି, କିନ୍ତୁ ସେମାନେ ଦିଲ୍ଲୀର ସିଂହାସନ ପାଇବାକୁ ପାଗଳ। ଦେଶ ଲୁଟ ପାଇଁ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହଟାଇବାକୁ ଚାହୁଁଛନ୍ତି। କାରଣ ବିରୋଧୀ ଦଳ ପାଇଁ ସବୁଠାରୁ ବଡ ପ୍ରତିବନ୍ଧକ ହେଉଛି ପ୍ରଧାନମନ୍ତ୍ରୀ ମୋଦି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri