ଟିଏସ୍‌ଜି ଗୁରୁକୁଳରେ ପତାକା ଉତ୍ତୋଳନ

ଭୁବନେଶ୍ୱର,୧୮।୮: ରାଜ୍ୟ ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଟାଇମ୍ସ ସ୍କଲାର୍ସ ଗୁରୁକୁଳ ପରିସରରେ ୭୬ ତମ ସ୍ବାଧୀନତା ଦିବସ ଧୁମଧାମରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ସାମାଜିକ କର୍ମୀ ଶାନ୍ତିଲତା ଦେବୀ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଅନୁଷ୍ଠାନର ଅଧ୍ୟକ୍ଷ ଡ. ସାରଦା ମିଶ୍ର ଅମୃତ ମହୋତ୍ସବ ବାବଦରେ ବିସ୍ତୃତ ଆଲୋକପାତ କରିବା ସହ ଦେଶମାତୃକାର ସେବାରେ ସମସ୍ତେ ସମର୍ପିତ ହେବା ଲାଗି ସେ ଆହ୍ବାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ପ୍ରଶାସନିକ ମୁଖ୍ୟ ରଞ୍ଜିତା ମହାପାତ୍ର, ଅଧ୍ୟକ୍ଷ (ପ୍ରିନ୍ସିପାଲ) ବିକାଶ କୁମାର ମହାନ୍ତିଙ୍କ ସମେତ ବିତିବାଳା ଆଚାର୍ଯ୍ୟ ଓ ଗୋବର୍ଦ୍ଧନ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଛାତ୍ରୀଛାତ୍ର ଏବଂ କର୍ମଚାରୀଙ୍କୁ ଜାତୀୟ ଚେତନାର ବିଭିନ୍ନ ଦିଗ ବାବଦରେ ସଚେତନ ରହିବା ପାଇଁ ପରାମର୍ଶ ଦେଇଥିଲେ। ପରିଶେଷରେ ଉପସ୍ଥିତ ଅତିଥିମାନେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଛାତ୍ରୀଛାତ୍ରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri