Posted inଜାତୀୟ

ଆଜି ଶ୍ରୀରାମ ମନ୍ଦିର ଧ୍ବଜାରୋହଣ ସମାରୋହ: ଅଯୋଧ୍ୟାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଅଯୋଧ୍ୟା,୨୫।୧୧: ଆଜି ମାର୍ଗଶୀର ମାସ ଶୁକ୍ଳପକ୍ଷ ପଞ୍ଚମୀ। ଏହି ଦିନ ମାତା ସୀତା ଏବଂ ମହାପ୍ରଭୁ ରାମଚନ୍ଦ୍ରଙ୍କ ବିବାହ ହୋଇଥିଲା। ଏହି ପୂଣ୍ୟତିଥି ଅବସରରେ ଅଯୋଧ୍ୟା ଶ୍ରୀରାମ ମନ୍ଦିରର ହେଉଛି ଧ୍ବଜାରୋହଣ ସମାରୋହ। ଏନେଇ ଉତ୍ସବମୁଖର ହୋଇପଡିଛି ଅଯୋଧ୍ୟା। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ପହଞ୍ଚି ସାରିଥିବା ବେଳେ ଆଉ କିଛି ସମୟ ମଧ୍ୟରେ ଧର୍ମଧ୍ବଜା ସ୍ଥାପନା କରିବେ।

ଧର୍ମଧ୍ବଜା ତୀର୍ଥକ୍ଷେତ୍ର ଶିଖରରେ ଲାଗିବ। ମନ୍ଦିର ଚୂଡ଼ାରେ ଉଡ଼ିବ ଗେରୁଆ ପତାକା। ପତାକାରେ ରହିଛି ଉଜ୍ଜ୍ୱଳ ‘ସୂର୍ଯ୍ୟ’ ଓ ଲେଖାଯାଇଛି ‘ଓମ’। ଧର୍ମଧ୍ବଜାର ଉଚ୍ଚତା ୧୦ ଫୁଟ ରହିଥିବା ବେଳେ ଲମ୍ବ ୨୦ ଫୁଟ ରହିଛି। ଦକ୍ଷିଣ କୋଣ ତ୍ରିକୋଣୀୟରେ ସ୍ବତନ୍ତ୍ର ପତାକା ତିଆରି ହୋଇଛି। ଧର୍ମଧ୍ବଜାରେ ରହିଛି କୋବିଦାରା ଗଛର ପ୍ରତିଛବି। ଏହା ମର୍ଯ୍ୟାଦା, ଏକତା ଏବଂ ସଂସ୍କୃତିର ବାର୍ତ୍ତାବହ ବହନ କରୁଛି। ଏହି ଅବସରରେ ସୁନା ଖଚିତ ସ୍ବତନ୍ତ୍ର ବସ୍ତ୍ରରେ ଝଲସୁଛନ୍ତି ମହାପ୍ରଭୁ ରାମ ଲଲ୍ଲା। ହଳଦିଆ ବସ୍ତ୍ର ଉପରେ ପଶ୍ମିନା ଶାଲ ପିନ୍ଧିଛନ୍ତି ପ୍ରଭୁ ରାମଚନ୍ଦ୍ର। ଅଯୋଧ୍ୟାରେ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri