ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାଲାହାଣ୍ଡି ଜିଲାର ଉତ୍‌କେଲା ଅଭିମୁଖେ ପ୍ରଥମ ନିର୍ଦ୍ଧାରିତ ବିମାନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗୁରୁବାର ଭୁବନେଶ୍ୱର-ଉତ୍‌କେଲା ଏମ୍‌/ଏସ୍‌ ଇଣ୍ଡିଆ ଓ୍ବାନ ଏୟାର ଦ୍ୱାରା ଏକ ୯ ସିଟ୍‌ ବିଶିଷ୍ଟ ବିମାନ ଚଳାଚଳ କରିଛି। ଏହି ଅବସରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବିଜ୍ଞାନ ପ୍ରଯୁକ୍ତିବିଦ୍ୟା ଏବଂ ଏସ୍‌.ଏସ୍‌.ପି.ପି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ୫-ଟି ସଚିବ ଭି.କେ ପାଣ୍ଡିଆନ ଏବଂ ସି ଆଣ୍ଡ ଟି ଡିପାର୍ଟମେଣ୍ଟର ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ପ୍ରଥମେ ସପ୍ତାହକୁ ଦୁଇ ଦିନ ମଙ୍ଗଳବାର ଓ ଗୁରୁବାର ଏହି ବିମାନ ଉଡ଼ାଣ କରିବ। ପରେ ସପ୍ତାହକୁ ସବୁଦିନ ଉଣାଣ କରିବ। ଏଥିସହ ଉତ୍‌କେଲା ବିମାନବନ୍ଦରକୁ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଉଦ୍‌ଘାଟନ କରିଛନ୍ତି। ସପ୍ତାହର ଦୁଇ ଦିନ ସକାଳ ୭ଟା ୧୫ରେ ଭୁବନେଶ୍ବରରୁ ଉଡ଼ିବ ବିମାନ ସେବା । ଭୁବନେଶ୍ବର ଛାଡ଼ି ୮ଟା ୨୫ରେ ଉତ୍‌କେଲାରେ ଏହି ବିମାନ ପହଞ୍ଚିବ। ସେହିପରି ଉତ୍‌କେଲାରୁ ସକାଳ ୮.୫୦ରେ ବାହାରି ୧୦ଟାରେ ଭୁବନେଶ୍ବରରେ ପହଞ୍ଚିବ।

୯ଟି ସିଟ୍‌ ବିଶିଷ୍ଟ ଇଣ୍ଡିଆ ଓ୍ବାନ୍‌ ବିମାନରେ ଯାତ୍ରୀ ଯାତ୍ରା କରିବେ। ଏଥିପାଇଁ ଟିକେଟର ଦାମ୍‌ ରହିଛି ୯୯୯ ଟଙ୍କା। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ପାଇଁ ସରକାରଙ୍କ ଏ ପଦକ୍ଷେପ ଯୋଗାଯୋଗ କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ସ୍ଥାପନ କରିଛି । ଏଥିସହ ଖୁବଶୀଘ୍ର କଳାହାଣ୍ଡିରୁ ରାୟପୁରକୁ ବିମାନ ଉଡ଼ିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri