Posted inଜାତୀୟ

ଉଡାଣ ଯୋଜନା ୯୩ ପ୍ରତିଶତ ରୁଟରେ କାମ କରୁନାହିଁ, ଖାର୍ଗେ ଦର୍ଶାଇଲେ ସିଏଜି ରିପୋର୍ଟ…

ନୂଆଦିଲ୍ଲୀ,୧୯।୮ : କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର ଦାବି କରିଛନ୍ତି କମ୍ପ୍ଟ୍ରୋଲର ଏବଂ ଅଡିଟର ଜେନେରାଲ (ସିଏଜି) ରିପୋର୍ଟରେ କୁହାଯାଇଛି କେନ୍ଦ୍ରର ଛଡାଣ ଯୋଜନା ୯୩ ପ୍ରତିଶତ ରୁଟରେ କାମ କରୁନାହିଁ। ସାଧାରଣ ଜନତା କେବଳ ସରକାରଙ୍କଠାରୁ ମିଥ୍ୟା ପ୍ରତିଶ୍ରୁତି ପାଇଛନ୍ତି।

୨୧ ଅକ୍ଟୋବର ୨୦୧୬ ରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଉଡାଣ (ଉଡେ ଦେଶ କା ଆମ ନାଗରିକ) ନାମକ ଏକ ଆଞ୍ଚଳିକ ସଂଯୋଗୀକରଣ ଯୋଜନା କେବଳ କାଗଜ ପତ୍ରରେ ରହିଛି। ସେ ଟୱିଟ କରି କହିଛନ୍ତି, ଉଡାଣ ମିଳି ନାହିଁ, କେବଳ ମିଥ୍ୟା ଏବଂ ଭ୍ରାନ୍ତ କଥା କହି ଲୋକଙ୍କୁ ସରକାର ଭଣ୍ଡେଇଛନ୍ତି। ଭାରତବାସୀ ଏପରି ଅଯୋଗ୍ୟ ସରକାରକୁ ଆଉ କ୍ଷମା କରିବେ ନାହିଁ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ବିମାନ ଯାତ୍ରା ସୁବିଧା ଯୋଗାଇଦେବାକୁ ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇ ନାହିଁ। ଆମେ ଏହା କହୁ ନାହୁଁ, ସିଏଜି ରିପୋର୍ଟ ଏହା କହୁଛି। ଏପରିକି ଏୟାରଲାଇନ୍ସର ନିରପେକ୍ଷ ଅଡିଟ ମଧ୍ୟ କରାଯାଇ ନାହିଁ। ବହୁ ପ୍ରଚାରିତ ହେଲିକପ୍ଟର ସେବା ମଧ୍ୟ ଅଟକି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri