୧୪ରେ ମଙ୍ଗଳରେ ଫ୍ଲାଇଟ ଟେଷ୍ଟ

ମଙ୍ଗଳ ଗ୍ରହରେ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ଇନଜେନ୍ୟୁଟି ମାର୍ସ ହେଲିକପ୍ଟରର ପ୍ରଥମ ପରୀକ୍ଷାମୂଳକ ଉଡ଼ାଣ ଏପ୍ରିଲ ୧୪ରେ ହେବ। ଏପ୍ରିଲ ୧୧ ପାଇଁ ଏହି ଯୋଜନା ହୋଇଥିଲେ ହେଁ ପରେ ତାହାକୁ ୩ ଦିନ ପାଇଁ ଘୁଞ୍ଚାଇ ଦିଆଯାଇଛି। ପୃଥିବୀ ବ୍ୟତୀତ ଅନ୍ୟ ଗ୍ରହରେ ଏହି ରୋଟରକ୍ରାଫ୍ଟର ପ୍ରଥମ ଟେଷ୍ଟ ଫ୍ଲାଇଟ ହେବ। ନାସା ଏହି ହେଲିକପ୍ଟର ଉଡ଼ାଣର ଫଳାଫଳକୁ ଗୋଟିଏ ଦିନ ପରେ ପ୍ରକାଶ କରିବ। ଶୁକ୍ରବାର ରାତିରେ ମିଳିଥିବା ତଥ୍ୟକୁ ଆଧାର କରି ବିମାନ ଉଡ଼ାଣ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହାର ହାଇ ସ୍ପିଡ୍‌ ରୋଟର୍ସ ସ୍ପିନ୍‌ ପରୀକ୍ଷଣ ସମୟରେ କମାଣ୍ଡ ସିକ୍ୱେନ୍ସ ଶୀଘ୍ର ଶେଷ ହୋଇଯାଇଥିଲା। ଫ୍ଲାଇଟ୍‌ କମ୍ପ୍ୟୁଟରକୁ ‘ପ୍ରି ଫ୍ଲାଇଟ୍‌’ରୁ ‘ଫ୍ଲାଇଟ୍‌’ ମୋଡ୍‌ ରଖିବା ସମୟରେ ଏପରି ଘଟିଥିଲା। ତେବେ ହେଲିକପ୍ଟରଟି ସୁରକ୍ଷିତ ଏବଂ ପୃଥିବୀ ସହିତ ଏହା ଯୋଗାଯୋଗରେ ଥିବା ନାସା ପକ୍ଷରୁ କୁହାଯାଇଛି। ଫେବୃୟାରୀ ୧୮ରେ ମାର୍ସ ହେଲିକପ୍ଟର ପର୍ସିଭରେନ୍ସ ରୋଭର ସହ ମଙ୍ଗଳ ମାଟିରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri