ରାଉରକେଲାରେ ବିମାନ ଉଡ଼ାଣର ପରୀକ୍ଷଣ

ରାଉରକେଲା ଅଫିସ,୩୧ା୧୨: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଉରକେଲାରେ ବିମାନ ଉଡ଼ାଣର ପରୀକ୍ଷଣ ସଫଳ ହୋଇଛି। ହକି ବିଶ୍ୱକପ୍‌ ପୂର୍ବରୁ ରାଉରକେଲା ବିମାନବନ୍ଦରରେ ୭୨ ସିଟ୍‌ ବିଶିଷ୍ଟ ଯାତ୍ରୀବାହୀ ବିମାନ (ଏଟିଆର-୭୨) ଅବତରଣ କରିଛି। ଏହି ବିମାନ ଶୁକ୍ରବାର ଅପରାହ୍ନ ୩ଟା ୨୦ମିନିଟ୍‌ ସମୟରେ ରାଉରକେଲାରେ ଅବତରଣ କରିଥିଲା। ଏହାପରେ ପ୍ରାୟ ୩ଟା ୪୫ ମିନିଟ୍‌ ପରେ ଉକ୍ତ ବିମାନ ଝାରସୁଗୁଡା ଅଭିମୁଖେ ଉଡ଼ାଣ ଭରିଥିଲା। ଏହି ସମୟରେ ବାଣିଜ୍ୟ ଓ ପରିବହନ ସଚିବ ଉଷା ପାଢୀ, କ୍ରୀଡା ଓ ଯୁବସେବା ସଚିବ ଆର୍‌. ଭିନିଲ କ୍ରିଷ୍ଣା, ଆର୍‌ଏସ୍‌ପିର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକ, ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଦେବଦତ୍ତା ସୁରନଜିତା ଜେନା, ସୁନ୍ଦରଗଡ ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ, ପାନପୋଷ ଅତିରିକ୍ତ ଜିଲାପାଳ ଡ. ଶୁଭଙ୍କର ମହାପାତ୍ର, ରାଉରକେଲା ଏସ୍‌ପି ମୁକେଶ କୁମାର ଭାମୁ, ଆର୍‌ଏସ୍‌ପି କାର୍ମିକ ଓ ପ୍ରଶାସନ ବିଭାଗର ନିର୍ବାହୀ ନିର୍ଦ୍ଦେଶକ ପି. କେ. ଶତପଥୀ, ରାଜ୍ୟ ସରକାର, ଆର୍‌ଏସ୍‌ପି ଏବଂ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆର ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ରାଉରକେଲା ବିମାନ ବନ୍ଦରରୁ ବାଣିଜି୍ୟକ ବିମାନ ଚଳାଚଳ ପାଇଁ ଗତ ୧୯ ତାରିଖରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶକଙ୍କଠାରୁ ୨ସି ଲାଇସେନ୍ସ ମିଳିଥିଲା। ଆସନ୍ତା ଜାନୁୟାରୀ ୭ରେ ହକି ବିଶ୍ୱକପ୍‌ ଥିବାରୁ ରାଉରକେଲାରୁ ନିୟମିତ ବିମାନ ସେବା ଆରମ୍ଭ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri