ରାଉରକେଲାରେ ବିମାନ ଉଡ଼ାଣର ପରୀକ୍ଷଣ

ରାଉରକେଲା ଅଫିସ,୩୧ା୧୨: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଉରକେଲାରେ ବିମାନ ଉଡ଼ାଣର ପରୀକ୍ଷଣ ସଫଳ ହୋଇଛି। ହକି ବିଶ୍ୱକପ୍‌ ପୂର୍ବରୁ ରାଉରକେଲା ବିମାନବନ୍ଦରରେ ୭୨ ସିଟ୍‌ ବିଶିଷ୍ଟ ଯାତ୍ରୀବାହୀ ବିମାନ (ଏଟିଆର-୭୨) ଅବତରଣ କରିଛି। ଏହି ବିମାନ ଶୁକ୍ରବାର ଅପରାହ୍ନ ୩ଟା ୨୦ମିନିଟ୍‌ ସମୟରେ ରାଉରକେଲାରେ ଅବତରଣ କରିଥିଲା। ଏହାପରେ ପ୍ରାୟ ୩ଟା ୪୫ ମିନିଟ୍‌ ପରେ ଉକ୍ତ ବିମାନ ଝାରସୁଗୁଡା ଅଭିମୁଖେ ଉଡ଼ାଣ ଭରିଥିଲା। ଏହି ସମୟରେ ବାଣିଜ୍ୟ ଓ ପରିବହନ ସଚିବ ଉଷା ପାଢୀ, କ୍ରୀଡା ଓ ଯୁବସେବା ସଚିବ ଆର୍‌. ଭିନିଲ କ୍ରିଷ୍ଣା, ଆର୍‌ଏସ୍‌ପିର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକ, ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଦେବଦତ୍ତା ସୁରନଜିତା ଜେନା, ସୁନ୍ଦରଗଡ ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ, ପାନପୋଷ ଅତିରିକ୍ତ ଜିଲାପାଳ ଡ. ଶୁଭଙ୍କର ମହାପାତ୍ର, ରାଉରକେଲା ଏସ୍‌ପି ମୁକେଶ କୁମାର ଭାମୁ, ଆର୍‌ଏସ୍‌ପି କାର୍ମିକ ଓ ପ୍ରଶାସନ ବିଭାଗର ନିର୍ବାହୀ ନିର୍ଦ୍ଦେଶକ ପି. କେ. ଶତପଥୀ, ରାଜ୍ୟ ସରକାର, ଆର୍‌ଏସ୍‌ପି ଏବଂ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆର ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ରାଉରକେଲା ବିମାନ ବନ୍ଦରରୁ ବାଣିଜି୍ୟକ ବିମାନ ଚଳାଚଳ ପାଇଁ ଗତ ୧୯ ତାରିଖରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶକଙ୍କଠାରୁ ୨ସି ଲାଇସେନ୍ସ ମିଳିଥିଲା। ଆସନ୍ତା ଜାନୁୟାରୀ ୭ରେ ହକି ବିଶ୍ୱକପ୍‌ ଥିବାରୁ ରାଉରକେଲାରୁ ନିୟମିତ ବିମାନ ସେବା ଆରମ୍ଭ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri