ଜୟପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାର ଭୁବନେଶ୍ୱରରୁ କୋରାପୁଟର ଜୟପୁରକୁ ବିମାନ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ହଲାଇ ଏହାର ଶୁଭାରମ୍ଭ କରିଛନ୍ତି। ପ୍ରତିଦିନ ଭୁବନେଶ୍ୱରରୁ ଜୟପୁର ଓ ଜୟପୁରରୁ ବିଶାଖାପାଟଣାକୁ ଚଳାଚଳ କରିବ ଇଣ୍ଡିଆଓୱାନ ବିମାନ। ଏହି ବିମାନରେ ୯ଟି ସିଟ୍‌ ରହିବ। ଭୁବନେଶ୍ୱରରୁ ଜୟପୁରକୁ ଭଡ଼ା ୨,୫୦୦ ଟଙ୍କା ରହିଛି। ଏହି ବିମାନଟି ଭୁବନେଶ୍ୱରରୁ ସକାଳ ୧୧.୩୫ରେ ଛାଡ଼ି ଏବଂ ଜୟପୁରରେ ଅପରାହ୍ନ ୧.୨୦ରେ ଅବତରଣ କରିବା ସେହିଭଳି ବିମାନଟି ଜୟପୁରରୁ ଅପରାହ୍ନ ୪.୫ରେ ଉଡ଼ାଣ ଆରମ୍ଭ କରି ଭୁବନେଶ୍ୱରରେ ୫.୫୦ରେ ପହଞ୍ଚିବ।

୯ ଜଣ ଯାତ୍ରୀଙ୍କୁ ନେଇ ପ୍ରତିଦିନ କେବଳ ଗୋଟିଏ ବିମାନ ଉଡ଼ିବ। ପ୍ରତ୍ୟେକ ଯାତ୍ରୀଙ୍କ ଟିକେଟ ଭଡ଼ା ୨୫୦୦ଟଙ୍କା ହେବ ବୋଲି ସୂତ୍ରରୁ ପ୍ରକାଶ।

ସୂଚନାଯୋଗ୍ୟ, ଏୟାରଲାଇନ୍ସ ଶୁକ୍ରବାର ରାତିରେ ଏହାର ଅଫିସିଆଲ ଟୁଇଟରରେ ଆକାଉଣ୍ଟରେ ଏହି ଘୋଷଣା କରିଥିଲା। ନଭେମ୍ବର ୯ ପର୍ଯ୍ୟନ୍ତ ୯୯୯ ଟଙ୍କା ମୂଲ୍ୟର ପ୍ରାରମ୍ଭିକ ଅଫର ସହିତ ସମସ୍ତ ଟିକେଟ ବିକ୍ରି ହୋଇଥିବାର ଉଲ୍ଲେଖ କରିଛି। ନଭେମ୍ବର ୯ ପର୍ଯ୍ୟନ୍ତ ବୁକିଂ ଖୋଲା ରହିବ। ଘୋଷଣାର କିଛି ଘଣ୍ଟା ମଧ୍ୟରେ ବିମାନର ସମସ୍ତ ସିଟ୍‌ ବିକ୍ରି ହୋଇଯାଇଥିଲା।

ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ଓଡ଼ିଶାର ଏହା ହେଉଛି ପ୍ରଥମ ବିମାନବନ୍ଦର ଯାହା ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri