୨୦୨୪ ମାର୍ଚ୍ଚରୁ ମାଲକାନଗିରିରୁ ବିମାନ ଉଡ଼ାଣ

ଭୁବନେଶ୍ୱର,(ବ୍ୟୁରୋ)/ମାଲକାନଗିରି/ଜୟପୁର,୧୫ା୪(ଡି.ଏନ୍‌.ଏ./ନି.ପ୍ର.): ଆସନ୍ତା ୨୦୨୪ ମାର୍ଚ୍ଚରେ ମାଲକାନଗିରିରୁ ବିମାନ ଉଡ଼ାଣ ଆରମ୍ଭ ହେବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ମାଲକାନଗିରି ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ ବିମାନବନ୍ଦର ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ ହୋଇଛି। ବିମାନବନ୍ଦର ଲାଗି ଜଙ୍ଗଲ ଜମି କିସମ ପରିବର୍ତ୍ତନ ପାଇଁ ଅନୁମତି ମିଳିସାରିଛି ।
ବିମାନବନ୍ଦର ଜମିର ଚତୁଃପାର୍ଶ୍ୱ ଆବଦ୍ଧ କରାଯାଇଛି। ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କାର୍ଯ୍ୟ ତ୍ୱରାନ୍ବିତ କରାଯାଉଛି । ଖୁବ୍‌ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।
ମୁଖ୍ୟ ଶାସନ ସଚିବ ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭା ଗୃହରେ ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ନିତେଶ ୱାଧ୍ୱାନୀ, ପ୍ରକଳ୍ପ ନିର୍ଦ୍ଦେଶକ ବାଲମୁକୁନ୍ଦ ଭୂୟାଁଙ୍କ ସମେତ ବନଖଣ୍ଡ ଅଧିକାରୀ ଓ ବିଭିନ୍ନ ଜିଲାସ୍ତରୀୟ ଅଧିକାରୀମାନଙ୍କ ସହ ଜିଲାରେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ବୈଠକରେ ମୁଖ୍ୟତଃ ରାସ୍ତାଘାଟ ଓ ପୋଲ ନିର୍ମାଣ, ଦୂରଦୂରାନ୍ତ ସ୍ଥାନକୁ ଗମନାଗମନ ସୁବିଧା, ବିଦ୍ୟୁତ୍‌ ଯୋଗାଣ, ପାନୀୟ ଜଳ ଯୋଗାଣ, ଉଦ୍ୟାନ, କୃଷି, ମତ୍ସ୍ୟଚାଷ, ଜଳସେଚନ ଓ ବିବିଧ ଶସ୍ୟ ଉତ୍ପାଦନ ଆଦି ବିଷୟରେ ସମୀକ୍ଷା ହୋଇଥିଲା।
ସେବା ମନୋବୃତ୍ତି ନେଇ ଜିଲାର ସମସ୍ତ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ସେ ଦେଇଛନ୍ତି।
ନିର୍ମାଣ ବା ମରାମତି କାମ ଆରମ୍ଭ କରାଯାଇଥିବା ରାସ୍ତାଗୁଡ଼ିକୁ ମୌସୁମୀ ଆସିବା ପୂର୍ବରୁ ଯାତାୟାତ ଯୋଗ୍ୟ କରିବା ସହ ଅଣ ସଂଯୋଗୀକୃତ ଜନବସତିକୁ ରାସ୍ତା ନିର୍ମାଣ ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାର ପ୍ରାକୃତିକ ଓ ମାନବ ସମ୍ବଳ ଉପଯୋଗୀ ବିଭିନ୍ନ ପ୍ରକାର ଜୀବିକା ନିର୍ବାହ ପନ୍ଥାଗୁଡ଼ିକୁ ଶୀଘ୍ର କାର୍ଯ୍ୟକ୍ଷମ କରି ଲୋକମାନଙ୍କ ନିମନ୍ତେ ବର୍ଷତମାମ ଆୟର ସୁଯୋଗ ସୃଷ୍ଟି ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ ସ୍ବାଭିମାନ ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଯୋଜନାଗୁଡ଼ିକୁ ଜିଲାରେ କାର୍ଯ୍ୟକାରୀ କରାଯାଉଛି। ଏସବୁ ପ୍ରକଳ୍ପର ବିଭିନ୍ନ ପର୍ଯ୍ୟାୟ ପୂର୍ଣ୍ଣାଙ୍ଗ ପାଇଁ କ୍ଷେତ୍ର ସ୍ତରୀୟ ସ୍ଥିତି ଅନୁସାରେ ସମୀକ୍ଷା ସାରଣୀ ନିର୍ଦ୍ଧାରଣ କରାଯାଇଛି। ସମଗ୍ର ଜିଲା ପାଇଁ ଅଗ୍ରାଧିକାର ଭିତ୍ତିରେ ଜଳ ଯୋଗାଣ ପ୍ରକଳ୍ପ ପ୍ରସ୍ତୁତ କରାଯାଇଛି। ଇତିମଧ୍ୟରେ ବାଲିମେଳା ସହରାଞ୍ଚଳର ଶତ ପ୍ରତିଶତ ଗୃହକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି।
ମାଲକାନଗିରି ସହରାଞ୍ଚଳର ସମସ୍ତ ଗୃହକୁ ଖୁବ୍‌ଶୀଘ୍ର ପାଇପ୍‌ ଜଳ ଯୋଗାଣ କରାଯିବ। ଅପରାହ୍ନରେ ମୁଖ୍ୟ ଶାସନ ସଚିବ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି କ୍ଷେତ୍ର ସ୍ତରୀୟ ସ୍ଥିତିର ଅନୁଧ୍ୟାନ କରିଥିଲେ।
ମୁଖ୍ୟ ଶାସନ ସଚିବ ସ୍ବତନ୍ତ୍ର ବିମାନ ଯୋଗେ ରାଜସ୍ବ ପର୍ଷଦ ସଦସ୍ୟ ଜି.ଭି. ଭେନୁଗୋପାଳ ଶର୍ମାଙ୍କ ସହ ଆସି କୋରାପୁଟ ଜିଲାର ଜୟପୁରରେ ପହଞ୍ଚତ୍ଥିଲେ। ସେଠାରେ କୋରାପୁଟ ଜିଲାପାଳ ମହମ୍ମଦ ଅବଦୁଲ ଅଖତାର, ଏସ୍‌ପି ବରୁଣ ଗୁଣ୍ଠପାଲ୍ଲି, ପିଡି ହେମକାନ୍ତ ସାୟ, ଉପଜିଲାପାଳ ବେଦବର ପ୍ରଧାନ, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ ପ୍ରମୁଖ ମୁଖ୍ୟ ଶାସନ ସଚିବଙ୍କୁ ସ୍ବାଗତ କରିଥିଲେ। ଜୟପୁରରେ କିଛି ସମୟ ରହିବା ପରେ ମାଲକାନଗିରି ଗସ୍ତ କରିଥିଲେ। ଶୁକ୍ରବାର ମୁଖ୍ୟ ଶାସନ ସଚିବ ଜୟପୁର ଗସ୍ତରେ ଆସିବା ସହ ଜୟପୁରରେ ଥିବା ଜିଲା ଚିକିତ୍ସାଳୟ, ଐତିହାସିକ ଜଗନ୍ନାଥ ସାଗରର ବିକାଶ, ଏୟାରଷ୍ଟ୍ରିପ୍‌, କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ସମୀକ୍ଷା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?