୨୦୨୪ ମାର୍ଚ୍ଚରୁ ମାଲକାନଗିରିରୁ ବିମାନ ଉଡ଼ାଣ

ଭୁବନେଶ୍ୱର,(ବ୍ୟୁରୋ)/ମାଲକାନଗିରି/ଜୟପୁର,୧୫ା୪(ଡି.ଏନ୍‌.ଏ./ନି.ପ୍ର.): ଆସନ୍ତା ୨୦୨୪ ମାର୍ଚ୍ଚରେ ମାଲକାନଗିରିରୁ ବିମାନ ଉଡ଼ାଣ ଆରମ୍ଭ ହେବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ମାଲକାନଗିରି ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ ବିମାନବନ୍ଦର ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ ହୋଇଛି। ବିମାନବନ୍ଦର ଲାଗି ଜଙ୍ଗଲ ଜମି କିସମ ପରିବର୍ତ୍ତନ ପାଇଁ ଅନୁମତି ମିଳିସାରିଛି ।
ବିମାନବନ୍ଦର ଜମିର ଚତୁଃପାର୍ଶ୍ୱ ଆବଦ୍ଧ କରାଯାଇଛି। ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କାର୍ଯ୍ୟ ତ୍ୱରାନ୍ବିତ କରାଯାଉଛି । ଖୁବ୍‌ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।
ମୁଖ୍ୟ ଶାସନ ସଚିବ ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭା ଗୃହରେ ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ନିତେଶ ୱାଧ୍ୱାନୀ, ପ୍ରକଳ୍ପ ନିର୍ଦ୍ଦେଶକ ବାଲମୁକୁନ୍ଦ ଭୂୟାଁଙ୍କ ସମେତ ବନଖଣ୍ଡ ଅଧିକାରୀ ଓ ବିଭିନ୍ନ ଜିଲାସ୍ତରୀୟ ଅଧିକାରୀମାନଙ୍କ ସହ ଜିଲାରେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ବୈଠକରେ ମୁଖ୍ୟତଃ ରାସ୍ତାଘାଟ ଓ ପୋଲ ନିର୍ମାଣ, ଦୂରଦୂରାନ୍ତ ସ୍ଥାନକୁ ଗମନାଗମନ ସୁବିଧା, ବିଦ୍ୟୁତ୍‌ ଯୋଗାଣ, ପାନୀୟ ଜଳ ଯୋଗାଣ, ଉଦ୍ୟାନ, କୃଷି, ମତ୍ସ୍ୟଚାଷ, ଜଳସେଚନ ଓ ବିବିଧ ଶସ୍ୟ ଉତ୍ପାଦନ ଆଦି ବିଷୟରେ ସମୀକ୍ଷା ହୋଇଥିଲା।
ସେବା ମନୋବୃତ୍ତି ନେଇ ଜିଲାର ସମସ୍ତ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ସେ ଦେଇଛନ୍ତି।
ନିର୍ମାଣ ବା ମରାମତି କାମ ଆରମ୍ଭ କରାଯାଇଥିବା ରାସ୍ତାଗୁଡ଼ିକୁ ମୌସୁମୀ ଆସିବା ପୂର୍ବରୁ ଯାତାୟାତ ଯୋଗ୍ୟ କରିବା ସହ ଅଣ ସଂଯୋଗୀକୃତ ଜନବସତିକୁ ରାସ୍ତା ନିର୍ମାଣ ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାର ପ୍ରାକୃତିକ ଓ ମାନବ ସମ୍ବଳ ଉପଯୋଗୀ ବିଭିନ୍ନ ପ୍ରକାର ଜୀବିକା ନିର୍ବାହ ପନ୍ଥାଗୁଡ଼ିକୁ ଶୀଘ୍ର କାର୍ଯ୍ୟକ୍ଷମ କରି ଲୋକମାନଙ୍କ ନିମନ୍ତେ ବର୍ଷତମାମ ଆୟର ସୁଯୋଗ ସୃଷ୍ଟି ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ ସ୍ବାଭିମାନ ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଯୋଜନାଗୁଡ଼ିକୁ ଜିଲାରେ କାର୍ଯ୍ୟକାରୀ କରାଯାଉଛି। ଏସବୁ ପ୍ରକଳ୍ପର ବିଭିନ୍ନ ପର୍ଯ୍ୟାୟ ପୂର୍ଣ୍ଣାଙ୍ଗ ପାଇଁ କ୍ଷେତ୍ର ସ୍ତରୀୟ ସ୍ଥିତି ଅନୁସାରେ ସମୀକ୍ଷା ସାରଣୀ ନିର୍ଦ୍ଧାରଣ କରାଯାଇଛି। ସମଗ୍ର ଜିଲା ପାଇଁ ଅଗ୍ରାଧିକାର ଭିତ୍ତିରେ ଜଳ ଯୋଗାଣ ପ୍ରକଳ୍ପ ପ୍ରସ୍ତୁତ କରାଯାଇଛି। ଇତିମଧ୍ୟରେ ବାଲିମେଳା ସହରାଞ୍ଚଳର ଶତ ପ୍ରତିଶତ ଗୃହକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି।
ମାଲକାନଗିରି ସହରାଞ୍ଚଳର ସମସ୍ତ ଗୃହକୁ ଖୁବ୍‌ଶୀଘ୍ର ପାଇପ୍‌ ଜଳ ଯୋଗାଣ କରାଯିବ। ଅପରାହ୍ନରେ ମୁଖ୍ୟ ଶାସନ ସଚିବ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି କ୍ଷେତ୍ର ସ୍ତରୀୟ ସ୍ଥିତିର ଅନୁଧ୍ୟାନ କରିଥିଲେ।
ମୁଖ୍ୟ ଶାସନ ସଚିବ ସ୍ବତନ୍ତ୍ର ବିମାନ ଯୋଗେ ରାଜସ୍ବ ପର୍ଷଦ ସଦସ୍ୟ ଜି.ଭି. ଭେନୁଗୋପାଳ ଶର୍ମାଙ୍କ ସହ ଆସି କୋରାପୁଟ ଜିଲାର ଜୟପୁରରେ ପହଞ୍ଚତ୍ଥିଲେ। ସେଠାରେ କୋରାପୁଟ ଜିଲାପାଳ ମହମ୍ମଦ ଅବଦୁଲ ଅଖତାର, ଏସ୍‌ପି ବରୁଣ ଗୁଣ୍ଠପାଲ୍ଲି, ପିଡି ହେମକାନ୍ତ ସାୟ, ଉପଜିଲାପାଳ ବେଦବର ପ୍ରଧାନ, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ ପ୍ରମୁଖ ମୁଖ୍ୟ ଶାସନ ସଚିବଙ୍କୁ ସ୍ବାଗତ କରିଥିଲେ। ଜୟପୁରରେ କିଛି ସମୟ ରହିବା ପରେ ମାଲକାନଗିରି ଗସ୍ତ କରିଥିଲେ। ଶୁକ୍ରବାର ମୁଖ୍ୟ ଶାସନ ସଚିବ ଜୟପୁର ଗସ୍ତରେ ଆସିବା ସହ ଜୟପୁରରେ ଥିବା ଜିଲା ଚିକିତ୍ସାଳୟ, ଐତିହାସିକ ଜଗନ୍ନାଥ ସାଗରର ବିକାଶ, ଏୟାରଷ୍ଟ୍ରିପ୍‌, କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ସମୀକ୍ଷା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri