ରାଉରକେଲା ଏୟାରଷ୍ଟ୍ରିପ୍‌ରୁ ଖୁବ୍‌ଶୀଘ୍ର ବିମାନ ଉଡ଼ାଣ

ଭୁବନେଶ୍ୱର, (ବ୍ୟୁରୋ)/ ରାଉରକେଲା ଅଫିସ, ୧୬।୨: ବେସାମରିକ ବିମାନ ଚଳାଚଳ ସୁରକ୍ଷା ମହାନିର୍ଦ୍ଦେଶିକା ଉଷା ପାଢ଼ୀ ସୋମବାର ରାଉରକେଲା ଏୟାରଷ୍ଟ୍ରିପ ପରିଦର୍ଶନ କରିଛନ୍ତି। ଏଥିସହ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସିଇଓ ଦୀପକ ଚଟ୍ଟରାଜ ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଉରକେଲାରୁ ଖୁବ୍‌ଶୀଘ୍ର ବାଣିଜି୍ୟକ ଭିତ୍ତିରେ ବିମାନ ଚଳାଚଳ ହେବ ବୋଲି ବୈଠକରୁ ସୂଚନା ମିଳିଛି।
କେନ୍ଦ୍ର ସରକାରଙ୍କ ଉଡାନ-୪ ଯୋଜନାରେ ସାମିଲ ହେବା ସତ୍ତ୍ୱେ କେତେକ ବୈଷୟିକ ସମସ୍ୟା ଯୋଗୁ ରାଉରକେଲାରୁ ଏପର୍ଯ୍ୟନ୍ତ ବିମାନ ଉଡ଼ିବା ସମ୍ଭବ ହୋଇପାରି ନାହିଁ। ଅତୀତରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀଙ୍କ ନେତୃତ୍ୱରେ ଉଚ୍ଚ କ୍ଷମତାସମ୍ପନ୍ନ ଟିମ୍‌ ଦୁଇ ଥର ବିମାନବନ୍ଦରର ଭିତ୍ତିଭୂମି ପରିଦର୍ଶନ କରିସାରିଛନ୍ତି। ୨ବି ଲାଇସେନ୍ସପ୍ରାପ୍ତ ଏହି ବିମାନ ବନ୍ଦରରୁ ୯ସିଟ୍‌ ବିଶିଷ୍ଟ ବିମାନ ଉଡ଼ିବା ପାଇଁ ଅନୁମତି ରହିଥିଲା। ତେବେ ଉଡାନ ଯୋଜନାରେ ସାମିଲ ହେବା ପରେ ଏଠାରୁ ୭୨ ସିଟ୍‌ ବିଶିଷ୍ଟ ବିମାନ ଉଡ଼ିବ। ସେଥିପାଇଁ ରନ୍‌ୱେ ସମ୍ପ୍ରସାରଣଠାରୁ ଆରମ୍ଭ କରି ଅନ୍ୟାନ୍ୟ ଆନୁଷଙ୍ଗିକ ଭିତ୍ତିଭୂମି ବ୍ୟବସ୍ଥା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ବେସାମରିକ ବିମାନ ଚଳାଚଳ ସୁରକ୍ଷା ମହାନିର୍ଦ୍ଦେଶିକା ଏହାର ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri