ରାଉରକେଲା ଏୟାରଷ୍ଟ୍ରିପ୍‌ରୁ ଖୁବ୍‌ଶୀଘ୍ର ବିମାନ ଉଡ଼ାଣ

ଭୁବନେଶ୍ୱର, (ବ୍ୟୁରୋ)/ ରାଉରକେଲା ଅଫିସ, ୧୬।୨: ବେସାମରିକ ବିମାନ ଚଳାଚଳ ସୁରକ୍ଷା ମହାନିର୍ଦ୍ଦେଶିକା ଉଷା ପାଢ଼ୀ ସୋମବାର ରାଉରକେଲା ଏୟାରଷ୍ଟ୍ରିପ ପରିଦର୍ଶନ କରିଛନ୍ତି। ଏଥିସହ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସିଇଓ ଦୀପକ ଚଟ୍ଟରାଜ ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଉରକେଲାରୁ ଖୁବ୍‌ଶୀଘ୍ର ବାଣିଜି୍ୟକ ଭିତ୍ତିରେ ବିମାନ ଚଳାଚଳ ହେବ ବୋଲି ବୈଠକରୁ ସୂଚନା ମିଳିଛି।
କେନ୍ଦ୍ର ସରକାରଙ୍କ ଉଡାନ-୪ ଯୋଜନାରେ ସାମିଲ ହେବା ସତ୍ତ୍ୱେ କେତେକ ବୈଷୟିକ ସମସ୍ୟା ଯୋଗୁ ରାଉରକେଲାରୁ ଏପର୍ଯ୍ୟନ୍ତ ବିମାନ ଉଡ଼ିବା ସମ୍ଭବ ହୋଇପାରି ନାହିଁ। ଅତୀତରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀଙ୍କ ନେତୃତ୍ୱରେ ଉଚ୍ଚ କ୍ଷମତାସମ୍ପନ୍ନ ଟିମ୍‌ ଦୁଇ ଥର ବିମାନବନ୍ଦରର ଭିତ୍ତିଭୂମି ପରିଦର୍ଶନ କରିସାରିଛନ୍ତି। ୨ବି ଲାଇସେନ୍ସପ୍ରାପ୍ତ ଏହି ବିମାନ ବନ୍ଦରରୁ ୯ସିଟ୍‌ ବିଶିଷ୍ଟ ବିମାନ ଉଡ଼ିବା ପାଇଁ ଅନୁମତି ରହିଥିଲା। ତେବେ ଉଡାନ ଯୋଜନାରେ ସାମିଲ ହେବା ପରେ ଏଠାରୁ ୭୨ ସିଟ୍‌ ବିଶିଷ୍ଟ ବିମାନ ଉଡ଼ିବ। ସେଥିପାଇଁ ରନ୍‌ୱେ ସମ୍ପ୍ରସାରଣଠାରୁ ଆରମ୍ଭ କରି ଅନ୍ୟାନ୍ୟ ଆନୁଷଙ୍ଗିକ ଭିତ୍ତିଭୂମି ବ୍ୟବସ୍ଥା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ବେସାମରିକ ବିମାନ ଚଳାଚଳ ସୁରକ୍ଷା ମହାନିର୍ଦ୍ଦେଶିକା ଏହାର ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri