ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ। ଯାତ୍ରୀଙ୍କ ସୁବିଧା ପାଇଁ ଦିନକୁ ଦୁଇ ଦୁଇ ଥର ଏହି ସେବା ଯୋଗାଇ ଦିଆଯିବ ବୋଲି ବିମାନ କମ୍ପାନୀ ‘ଇଣ୍ଡିଆ ଏୟାରୱାନ’ ପକ୍ଷରୁ ସୂଚନା ମିଳିଛି। ଚଳିତ ମେ’ ୨୫ ତାରିଖରୁ ଏହି ସବୁଦିନିଆ ବିମାନ ସେବା ଆରମ୍ଭ ହେବାକୁ ଯାଉଛି।

ଏହି ସୂଚନା ମିଳିବା ପରେ ସମଗ୍ର କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାର ଜନସାଧାରଣଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ବିଶେଷ କରି ମେଡ଼ିକାଲ, ଜରୁରୀକାଳୀନ ପରିସ୍ଥିତି ଏବଂ ସରକାରୀ ବା ଅଫିସିଆଲ କାମରେ ଯାଉଥିବା ଲୋକମାନେ ଏହା ଦ୍ୱାରା ବେଶ ଉପକୃତ ହେବେ ବୋଲି କୁହାଯାଉଛି।

ପୂର୍ବରୁ ଟିଟିଲାଗଡ଼ରୁ ଟ୍ରେନ ଯୋଗେ ଭୁବନେଶ୍ୱର ଯିବା ପାଇଁ ପ୍ରାୟ ୧୨ ଘଣ୍ଟା ସମୟ ଲାଗୁଥିବା ବେଳେ, ଏବେ ବିମାନ ସାହାଯ୍ୟରେ ଉତ୍କେଲାରୁ ମାତ୍ର ୧ ଘଣ୍ଟା ୧୦ ମିନିଟରେ ଭୁବନେଶ୍ୱର ପହଞ୍ଚି ହେବ। ଏହି ଯାତ୍ରା ପାଇଁ ଟିକେଟ ମୂଲ୍ୟ ୩,୨୮୭ ଟଙ୍କା ରଖାଯାଇଛି।

ଇଣ୍ଡିଆ ଏୟାରୱାନ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟ ଉଡ଼ାଣ ବିମାନ ଭୁବନେଶ୍ୱରରୁ ସକାଳ ୫.୫୦ ରେ ବାହାରି ସକାଳ ୭ଟାରେ ଉତ୍କେଲାରେ ପହଞ୍ଚିବ। ସେହିଭଳି ଉତ୍କେଲାରୁ ଉକ୍ତ ବିମାନ ସକାଳ ୭.୧୫ ରେ ବାହାରି ଭୁବନେଶ୍ୱରରେ ସକାଳ ୮.୨୦ ରେ ପହଞ୍ଚିବ।

ସେହିଭଳି ଦ୍ୱିତୀୟ ପର୍ଯ୍ୟାୟରେ ବିମାନ ଦିନ ୧୧.୨୦ରେ ଭୁବନେଶ୍ୱରରୁ ବାହାରି ମଧ୍ୟାହ୍ନ ୧୨.୩୦ ଉତ୍କେଲାରେ ପହଞ୍ଚିବ। ଉକ୍ତ ବିମାନ ମଧ୍ୟାହ୍ନ ୧୨.୪୫ ରେ ଉତ୍କେଲାରୁ ବାହାରି ଦିବା ୧.୫୫ ରେ ଭୁବନେଶ୍ୱରରେ ପହଞ୍ଚିବ।

ସୂଚନାଯୋଗ୍ୟ ଯେ, ପ୍ରଥମେ ଉତ୍କେଲାରୁ ସପ୍ତାହକୁ ମାତ୍ର ଦୁଇ ଦିନ ବିମାନ ଚଳାଚଳ କରୁଥିଲା, ଯାହା ପରବର୍ତ୍ତୀ ସମୟରେ ୬ ଦିନକୁ ବୃଦ୍ଧି ପାଇଥିଲା। ଏବେ ଏହାକୁ ସବୁଦିନିଆ ଏବଂ ଦୈନିକ ଦୁଇଥର କରାଯିବା ନିଶ୍ଚିତ ଭାବେ ଅଞ୍ଚଳର ବିକାଶ ଓ ଯୋଗାଯୋଗ କ୍ଷେତ୍ରରେ ଏକ ବଡ଼ ସଫଳତା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?