Posted inରାଜ୍ୟ

ଭୁବନେଶ୍ୱର ଏବଂ ଝାରସୁଗୁଡ଼ା ବିମାନ ବନ୍ଦରରୁ କୋଲକାତା ଏବଂ ଜୟପୁରକୁ ବିମାନ ଉଡ଼ାଣ କରିବ

ଭୁବନେଶ୍ୱର,୪/୧୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ କୋଲକାତା ଏବଂ ବେଙ୍ଗାଲୁରୁକୁ ବିମାନସେବା ଚଳିତ ମାସରେ ଆରମ୍ଭ ହେବ ବୋଲି ଇଣ୍ଡିଗୋ ଏୟାର ଲାଇନ୍ସ ସୂତ୍ରରୁ କୁହାଯାଇଛି । ଆସନ୍ତାକାଲି ଠାରୁ ଝାରସୁଗୁଡ଼ାରୁ କୋଲକାତା ଇଣ୍ଡିଗୋ ବିମାନ ଏବଂ ୧୫ ତାରିଖରୁ ଝାରସୁଗୁଡ଼ାରୁ ବେଙ୍ଗାଲୁରୁକୁ ଏହି ବିମାନ ଚଳାଚଳ କରିବ । ଶିଳ୍ପାଞ୍ଚଳ ଝାରସୁଗୁଡ଼ାରୁ ଦୁଇ ପ୍ରମୁଖ ସହରକୁ ସିଧାସଳଖ ବିମାନସେବା ଦ୍ୱାରା ପଶ୍ଚିମ ଓଡ଼ିଶାରେ ଶିଳ୍ପର ବିକାଶ ଏବଂ ବ୍ୟବସାୟିକ ଦୃଷ୍ଟିକୋଣରୁ ଲୋକମାନେ ଲାଭବାନ୍‍ ହେବେ ।

ସେହିଭଳି ଆସନ୍ତା ସୋମବାର ଠାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ‘ଇଣ୍ଡିଆୱାନ୍‍’ ଏୟାର କମ୍ପାନୀର ବିମାନ କୋରାପୁଟ ଜିଲ୍ଲାର ଜୟପୁରକୁ ଉଡ଼ାଣ କରିବ। ସପ୍ତାହରେ ଦୁଇଥର ସୋମବାର ଏବଂ ଶୁକ୍ରବାର ଦିନ ଏହି ବିମାନସେବା ଉପଲବ୍ଧ ହେବ । ବିମାନବନ୍ଦର– ନୂଆ ଟର୍ମିନାଲ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରର ଆଧୁନିକୀକରଣ କାର୍ଯ୍ୟ ଚାଲିଛି । ବିମାନ ବନ୍ଦର ପରିସରରେ ଥିବା ନୂଆ ଟର୍ମିନାଲ ଲିଙ୍କ୍‍ ବିଲ୍ଡିଂ ନୂଆବର୍ଷ ପୂର୍ବରୁ କାର୍ଯ୍ୟକ୍ଷମ କରିବା ପାଇଁ ଆବଶ୍ୟକୀୟ ସୁରକ୍ଷା ମଞ୍ଜୁରୀ ସକାଶେ ବିମାନ ବନ୍ଦର କର୍ତ୍ତୃପକ୍ଷ କେନ୍ଦ୍ର ସରକାରଙ୍କ ନିକଟରେ ଆବେଦନ କରିଛନ୍ତି । ଅନୁମତି ମିଳିବାପରେ ମାର୍ଗଦର୍ଶିକା ପ୍ରସ୍ତୁତ ହେବ ଏବଂ ସମସ୍ତ ଅଂଶୀଦାରମାନଙ୍କ ସହ ଆଲୋଚନା ପରେ ଟର୍ମିନାଲ କାର୍ଯ୍ୟ ଆରମ୍ଭ ହେବ ।

ବିମାନ ବନ୍ଦର ନୂଆ ଟର୍ମିନାଲ ଲିଙ୍କ୍‍ ବିଲ୍ଡିଂ କାର୍ଯ୍ୟ ଶେଷ ହୋଇଛି। ଖୁବ୍‍ଶୀଘ୍ର ଭୁବନେଶ୍ୱର ବିମାନ ବନ୍ଦରରୁ ସିଧାସଳଖ ସୁରଟ୍‍, ଡେରାଡୁନ୍‍, ଚଣ୍ଡୀଗଡ଼ ଏବଂ ଜମ୍ମୁକୁ ବିମାନସେବା ଆରମ୍ଭ ହେବ । ଭୁବନେଶ୍ୱର ଆନ୍ତର୍ଜାତୀୟ ବିମାନ ବନ୍ଦରରୁ ବର୍ତ୍ତମାନ ଦେଶର ୨୧ଟି ପ୍ରମୁଖ ସହରକୁ ବିମାନ ଯାତାୟାତ କରୁଛି ବୋଲି ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?