ଆଇପିଏଲ୍‌ର ସବୁଠୁ ମହଙ୍ଗା ଖେଳାଳିଙ୍କ ଫ୍ଲପ ଶୋ’

ମୁମ୍ବାଇ,୨୫।୪: ମୁମ୍ବାଇ ଇଣ୍ଡିଆନ୍ସର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଇଶାନ କିଶାନ ଆଇପିଏଲ ୨୦୨୨ରେ କ୍ରମାଗତ ଫ୍ଲପ ସାବ୍ୟସ୍ତ ହୋଇଛନ୍ତି। ମେଗା ନିଲାମରେ ଇଶାନ କିଶନ ସବୁଠାରୁ ମହଙ୍ଗା ଖେଳାଳି ଥିଲେ, କିନ୍ତୁ ଏହି ସିଜନରେ ସେ ଏପର୍ଯ୍ୟନ୍ତ ତାଙ୍କ ଦଳ ପାଇଁ କିଛି ବିଶେଷ କରିପାରି ନାହାଁନ୍ତି। ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ମଧ୍ୟ ଇଶାନଙ୍କ ବ୍ୟାଟ ଚାଲି ନ ଥିଲା। ଇଶାନ ଲକ୍ଷ୍ନୌ ବିପକ୍ଷରେ ୨୦ଟି ବଲରେ କେବଳ ୮ ରନ ସ୍କୋର କରିଥିଲେ।
ଇଶାନ କିଶାନ ଆଇପିଏଲ୍‌ ମେଗା ନିଲାମରେ ମୁମ୍ବାଇ ଇଣ୍ଡିଆନ୍ସ ଦ୍ୱାରା ୧୫.୨୫ କୋଟି ଟଙ୍କା ଖର୍ଚ୍ଚ କରି କିଣିଥିଲା। ଏହି ସିଜିନର ପ୍ରଥମ ୨ଟି ମ୍ୟାଚ ଛାଡି ଇଶାନ କିଶାନ ପ୍ରତ୍ୟେକ ମ୍ୟାଚରେ ଫ୍ଲପ ହୋଇଛନ୍ତ। ଏପର୍ଯ୍ୟନ୍ତ ଏହି ସିଜିନରେ ୮ଟି ମ୍ୟାଚରେ ସେ ହାରାହାରି ୨୮.୪୩ରେ ମାତ୍ର ୧୯୯ ରନ ସଂଗ୍ରହ କରିଛନ୍ତି। ଚଳିତ ସିଜନରେ ଇଶାନ କିଶନ ମାତ୍ର ୨ ଅର୍ଦ୍ଧଶତକ ହାସଲ କରି ୧୦୮.୧୫ ଷ୍ଟ୍ରାଇକ ରେଟ୍‌ରେ ବ୍ୟାଟିଂ କରିଛନ୍ତି।
ଆଇପିଏଲ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ହାରିଯିବା ଧାରା ଜାରି ରହିଛି। ଚଳିତ ସିଜନରେ ମୁମ୍ବାଇ କ୍ରମାଗତ ୮ଟି ମ୍ୟାଚ ହାରିଛି। ଲକ୍ଷ୍ନୌ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ମୁମ୍ବାଇକୁ ୩୬ ରନରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୦ ଓଭରରେ ୬ ଉଇକେଟ ହରାଇ ୧୬୮ ରନ ସଂଗ୍ରହ କରିଥିଲେ। ୧୬୯ ରନର ଲକ୍ଷ୍ୟକୁ ପଛରେ ପକାଇ ମୁମ୍ବାଇର ଦଳ କେବଳ ୨୦ ଓଭରରେ ୧୩୨ ରନ ସ୍କୋର କରିପାରିଥିଲା। କେଏଲ ରାହୁଲ ୬୨ ଟି ବଲରୁ ୧୦୩ ରନ କରିଥିଲେ।

https://twitter.com/MohitKu38157375/status/1518273962320744448

 


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri