ବେଳାଭୂମିରେ ନିର୍ମାଣ ହେବ ଭାସମାନ ପୋଲ

କୋଣାର୍କ,୧୭।୧୧(ଡି.ଏନ୍‌.ଏ.):ଶୀତ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ପର୍ଯ୍ୟଟକଙ୍କ ପାଇଁ ଖୁବ୍‌ଶୀଘ୍ର କୋଣାର୍କ-ପୁରୀ ବେଳାମାର୍ଗ ରାମଚଣ୍ଡୀ ମୁହାଣ ନିକଟରେ ଇକୋ ରିଟ୍ରିଟ, କୋଣାର୍କରେ କୋଣାର୍କ ଉତ୍ସବ ଓ ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଳୁକା କଳା ଉତ୍ସବ ଆୟୋଜିତ ହେବ। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ଏହି ଉତ୍ସବ ଚାଲିବ। ହେଲେ ଚଳିତବର୍ଷ ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ପାଇଁ ପ୍ରଶାସନ ବେଳାଭୂମିରେ ଏକ ଭାସମାନ ପୋଲ ନିର୍ମାଣର ଯୋଜନା କରିଛି। ଏଥିପାଇଁ ସବୁପ୍ରକାରର ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମେ କୋଣାର୍କ ଉତ୍ସବ, ଦ୍ୱିତୀୟ ସପ୍ତାହରେ ଇକୋ ରିଟ୍ରିଟ ଉଦ୍‌ଘାଟନ ହେବାକୁ ଥିବାବେଳେ ମଙ୍ଗଳବାର ପୁରୀ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ ରାମଚଣ୍ଡୀ ମୁହାଣ, ଚନ୍ଦ୍ରଭାଗା ବେଳାଭୂମି ଓ ମୁକ୍ତାକାଶ ରଙ୍ଗମଞ୍ଚରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରି ଫେରିଥିଲେ। ରାମଚଣ୍ଡୀ ବେଳାଭୂମିରେ ରାସ୍ତା ମରାମତି କାର୍ଯ୍ୟ ଚାଲିଛି। ଖୁବଶୀଘ୍ର ପାନୀୟ ଜଳ ବ୍ୟବସ୍ଥା, ସଫେଇ, ଟେଣ୍ଟ ଓ ବିଦ୍ୟୁତ୍‌ ସଂଯୋଗ ବ୍ୟବସ୍ଥା ହେବ। ସମୁଦ୍ର କୂଳରୁ ୩୦ ମିଟର ବାଦ୍‌ଦେଇ ବେଳାଭୂମିରେ ୫୦ ଅତ୍ୟାଧୁନିକ ଟେଣ୍ଟ ନିର୍ମାଣ ଓ ଭାସମାନ ପୋଲ ନିର୍ମାଣ ହେବ। ଟେଣ୍ଟରେ ସମସ୍ତ ସୁବିଧା ସହିତ ସୁରକ୍ଷା ପ୍ରତି ଦୃଷ୍ଟି ଦିଆଯିବ। ପର୍ଯ୍ୟଟକମାନେ ବେଳାଭୂମିରେ ପାରାସେଲିଂ, ଯୋଗ ଆଦି କାର୍ଯ୍ୟକ୍ରମକୁ ଉପଭୋଗ କରିବେ। କରୋନା କଟକଣା ଯୋଗୁ ଏଥର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଷ୍ଟଲକୁ ବାତିଲ କରାଯାଇଛି। ଜିଲାପାଳଙ୍କ ଏହି ଗସ୍ତ ସମୟରେ ଏନ୍‌ଏସି ଇଓ ଆକୃତି ଗୋଏଙ୍କା, ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ଗୋପ ତହସିଲଦାର ଏସ୍‌.କେ. ସାଗିର, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri