ବେଳାଭୂମିରେ ନିର୍ମାଣ ହେବ ଭାସମାନ ପୋଲ

କୋଣାର୍କ,୧୭।୧୧(ଡି.ଏନ୍‌.ଏ.):ଶୀତ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ପର୍ଯ୍ୟଟକଙ୍କ ପାଇଁ ଖୁବ୍‌ଶୀଘ୍ର କୋଣାର୍କ-ପୁରୀ ବେଳାମାର୍ଗ ରାମଚଣ୍ଡୀ ମୁହାଣ ନିକଟରେ ଇକୋ ରିଟ୍ରିଟ, କୋଣାର୍କରେ କୋଣାର୍କ ଉତ୍ସବ ଓ ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଳୁକା କଳା ଉତ୍ସବ ଆୟୋଜିତ ହେବ। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ଏହି ଉତ୍ସବ ଚାଲିବ। ହେଲେ ଚଳିତବର୍ଷ ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ପାଇଁ ପ୍ରଶାସନ ବେଳାଭୂମିରେ ଏକ ଭାସମାନ ପୋଲ ନିର୍ମାଣର ଯୋଜନା କରିଛି। ଏଥିପାଇଁ ସବୁପ୍ରକାରର ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମେ କୋଣାର୍କ ଉତ୍ସବ, ଦ୍ୱିତୀୟ ସପ୍ତାହରେ ଇକୋ ରିଟ୍ରିଟ ଉଦ୍‌ଘାଟନ ହେବାକୁ ଥିବାବେଳେ ମଙ୍ଗଳବାର ପୁରୀ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ ରାମଚଣ୍ଡୀ ମୁହାଣ, ଚନ୍ଦ୍ରଭାଗା ବେଳାଭୂମି ଓ ମୁକ୍ତାକାଶ ରଙ୍ଗମଞ୍ଚରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରି ଫେରିଥିଲେ। ରାମଚଣ୍ଡୀ ବେଳାଭୂମିରେ ରାସ୍ତା ମରାମତି କାର୍ଯ୍ୟ ଚାଲିଛି। ଖୁବଶୀଘ୍ର ପାନୀୟ ଜଳ ବ୍ୟବସ୍ଥା, ସଫେଇ, ଟେଣ୍ଟ ଓ ବିଦ୍ୟୁତ୍‌ ସଂଯୋଗ ବ୍ୟବସ୍ଥା ହେବ। ସମୁଦ୍ର କୂଳରୁ ୩୦ ମିଟର ବାଦ୍‌ଦେଇ ବେଳାଭୂମିରେ ୫୦ ଅତ୍ୟାଧୁନିକ ଟେଣ୍ଟ ନିର୍ମାଣ ଓ ଭାସମାନ ପୋଲ ନିର୍ମାଣ ହେବ। ଟେଣ୍ଟରେ ସମସ୍ତ ସୁବିଧା ସହିତ ସୁରକ୍ଷା ପ୍ରତି ଦୃଷ୍ଟି ଦିଆଯିବ। ପର୍ଯ୍ୟଟକମାନେ ବେଳାଭୂମିରେ ପାରାସେଲିଂ, ଯୋଗ ଆଦି କାର୍ଯ୍ୟକ୍ରମକୁ ଉପଭୋଗ କରିବେ। କରୋନା କଟକଣା ଯୋଗୁ ଏଥର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଷ୍ଟଲକୁ ବାତିଲ କରାଯାଇଛି। ଜିଲାପାଳଙ୍କ ଏହି ଗସ୍ତ ସମୟରେ ଏନ୍‌ଏସି ଇଓ ଆକୃତି ଗୋଏଙ୍କା, ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ଗୋପ ତହସିଲଦାର ଏସ୍‌.କେ. ସାଗିର, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri