ଛାଡ଼ୁନି ପାଣି, ବଢୁଛି କଷ୍ଟ

ଭୋଗରାଇ, ୩ା୭ (ପ୍ରଦୀପ ଦାସ): ସୁବର୍ଣ୍ଣରେଖା ଉପରମୁଣ୍ଡରେ ବର୍ଷା କମିଥିବା ବେଳେ ଗାଲୁଡ଼ିହି ଜଳାଧାରରୁ ସମସ୍ତ ଗେଟ ବନ୍ଦ ହୋଇଥିବା ସିଡବ୍ଲ୍ୟୁସି ସୂଚନା ଦେଇଛନ୍ତି। ସୁବର୍ଣ୍ଣରେଖା ରାଜଘାଟ ଗେଜ୍‌ଠାରେ ବନ୍ୟାଜଳ ଧୀରେ ଧୀରେ ହ୍ରାସ ପାଇ ସତର୍କ ସୂଚନା ୯.୪୫ମିଟର ତଳେ ପ୍ରବାହିତ ହେଉଛି। ୩୦ ଗଁାରେ ବନ୍ୟାପାଣି ଛାଡ଼ିନି। ମନୁନଗର ଗାଁର ୨ ଶହ ପରିବାର ସହ ଗବଗାଁ ଏବେ ବି ବାହ୍ୟଜଗତରୁ ବିଚ୍ଛିନ୍ନ ରହିଛି। ବନ୍ୟାପ୍ଲାବିତ ଗାଁଗୁଡିକରେ ଅଦ୍ୟାବଧି ଲୋକେ ମାଟିଘର ଓ ଭଙ୍ଗାଘର ଛାଡି ପିଲାଛୁଆ ନେଇ ଅନ୍ୟ ଘରେ ଦୟନୀୟ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଗାଁଗୁଡିକରେ ନଳକୂପ ବୁଡିଯାଇଛି। ଏବେବି ତଳିଆ ଗାଁ ରାସ୍ତାଗୁଡିକରେ ବନ୍ୟାପାଣି ରାସ୍ତା ଉପରେ ଆଣ୍ଠୁଏରୁ ଅଣ୍ଟାଯାଏ ସ୍ରୋତ ଛୁଟୁଛି।
ବନ୍ୟା ଘେରରେ ଥିବା ବିପନ୍ନଙ୍କୁ ୯ଟି ସୁରକ୍ଷିତ ବାତ୍ୟାଶ୍ରୟସ୍ଥଳୀ ଓ ପ୍ରାଥମିକ ସ୍କୁଲରେ ଅଦ୍ୟାବଧି ୯୧୯ଜଣଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ଓ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯାଉଛି। କଚୁଆଡି ପଞ୍ଚାୟତର ବନ୍ୟାଞ୍ଚଳ ଗାଁଗୁଡିକରେ ସମସ୍ତ ବିପନ୍ନଙ୍କୁ ୩ ଓଳି ଖାଦ୍ୟ ଓ ରିଲିଫ ସାମଗ୍ରୀ ଯୋଗାଇ ଦେବାକୁ ସରପଞ୍ଚ ଜ୍ୟୋତ୍ସ୍ନାରାଣୀ ମହାନ୍ତି ସରକାରଠାରେ ଦାବି ରଖିଛନ୍ତି। ବନ୍ୟା ବିପନ୍ନଙ୍କଠାରେ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ, ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରବୀର କୁମାର ଗିରି, ଜିଲାପରିଷଦ ସଦସ୍ୟା କବିତା ମହାନ୍ତି, ଦମୟନ୍ତୀ ସାହୁ, ରାଜକିଶୋର ଜେନା, କଂଗ୍ରେସ ନେତା ସତ୍ୟଶିବ ଦାସ, ସୁଦର୍ଶନ ଦାସ, ସନ୍ତୋଷ କୁମାର ଜେନା, ମମତା ସାହୁ, ମୀନାରାଣୀ ସୁର, ରାଜେନ୍ଦ୍ର ପଣ୍ଡା, ଭାଜପା ନେତା ଆଶିଷ କୁମାର ପାତ୍ର, ରାଧାକାନ୍ତ ପ୍ରଧାନ, ଅମଳେନ୍ଦୁ ଦାସ, ସତ୍ୟବ୍ରତ ଜେନା, ନୀଳକଣ୍ଠ ଘୋଷ, ପରମାନନ୍ଦ ପରିଡା ପ୍ରମୁଖ ବନ୍ୟାଞ୍ଚଳ ପରିଦର୍ଶନ କରି ଲୋକଙ୍କ ସମସ୍ୟା ପଚାରି ବୁଝିଛନ୍ତି। ଅପରପକ୍ଷରେ ସେଚ ବିଭାଗର ଏସ୍‌ଡିଓ ପ୍ରିୟବ୍ରତ ସିଂ, ସହକାରୀ ଯନ୍ତ୍ରୀ ବସନ୍ତ କୁମାର ବେହେରା, ଡାକ୍ତର ସିଂ, ପ୍ରମଥ କୁମାର ଦେ, କନିଷ୍ଠ ଯନ୍ତ୍ରୀ ଚିତ୍ତରଞ୍ଜନ ସିଓଲଙ୍କ ସହ ଜଳସମ୍ପଦ ବିଭାଗର ଅଧିକାରୀମାନେ ଦୁର୍ବଳ ନଦୀବନ୍ଧ ଉପରେ ଅଦ୍ୟାବଧି ୨୪ ଘଣ୍ଟିଆ ନଜରଦାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri