ବ୍ୟାତ୍ୟା ଆଲର୍ଟ: ଯେକୌଣସି ସମୟରେ ଡ୍ୟାମ ଛାଡ଼ିପାରେ ପାଣି

ବୁଗୁଡା,୨୬ା୧୦(କାଳିଚରଣ ଦାଶ): ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ବାଘୁଆ ଜଳସେଚନ ଉପ-ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳଙ୍କ ପକ୍ଷରୁ ବାଘୁଆ ନଦୀକୂଳସ୍ଥ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ବାଘୁଆ ଜଳଭଣ୍ଡାରର ପୂର୍ଣ୍ଣ ଜଳଧାରଣ କ୍ଷମତା ୧୧୩.୮୫ ମିଟର (୩୧୦୦ ହେକ୍ଟର ମିଟର) ଥିବା ସ୍ଥଳେ ବର୍ତ୍ତମାନ ୧୧୨.୨୭ ମିଟର (୧୮୭୬.୨୦ ହେକ୍ଟର ମିଟର) ଅର୍ଥାତ୍‌ ୬୦.୨୩ ପ୍ରତିଶତ ଜଳ ଗଚ୍ଛିତ ରହିଛି। ଆଗାମୀ ସମ୍ଭାବ୍ୟ ବାତ୍ୟାଜନିତ ବର୍ଷା ଲାଗି ରହିଲେ ଯେକୌଣସି ସମୟରେ ଜଳଭଣ୍ଡାର ପୂର୍ଣ୍ଣ ଜଳଧାରଣ କ୍ଷମତାରେ ପହଞ୍ଚି ଯାଇପାରେ। ତେଣୁ ଜଳଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ଅତିରିକ୍ତ ବନ୍ୟାଜଳକୁ ବାଘୁଆ ନଦୀ ମାଧ୍ୟମରେ ନିଷ୍କାସନ କରାଯିବାର ସମ୍ଭାବନା ରହିଛି।

ଏଣୁ, ବାଘୁଆ ନଦୀକୂଳରେ ଅବସ୍ଥିତ ସମସ୍ତ ଗ୍ରାମର ଜନସାଧାରଣ ନଦୀକୁ ଯିବେ ନାହିଁ ଏବଂ ସେମାନଙ୍କ ଗୃହପାଳିତ ପଶୁଙ୍କୁ ନଦୀକୁ ନ ଛାଡିବାକୁ ବାଘୁଆ ଜଳସେଚନ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri