ବଦଳିଗଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ

ସମ୍ବଲପୁର,୧୨ା୯(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସମ୍ବଲପୁର ଜିଲା ପ୍ରଭାବିତ ହୋଇଥିଲା। ତଳିଆ ଅଞ୍ଚଳରେ ପାଣି ପଶିବା ସହ ଘରଦ୍ୱାର ଭାଙ୍ଗିଥିଲା। ଧାନ ଓ ଅନ୍ୟାନ୍ୟ ଫସଲ ମଧ୍ୟ ନଷ୍ଟ ହୋଇଥିଲା। କ୍ଷତିପୂରଣ ଦେବା ପାଇଁ ରାଜ୍ୟ ସରକାର ଅଗଷ୍ଟ ୩୦ ତାରିଖ ସୁଦ୍ଧା ପ୍ରାଥମିକ ରିପୋର୍ଟ ପ୍ରଦାନ କରିବାକୁ ସମସ୍ତ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାରେ ରାଜସ୍ବ ବିଭାଗ ଓ କୃଷି ବିଭାଗ ମିଳିତ ଭାବେ ପ୍ରଭାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ରିପୋର୍ଟ ସଂଗ୍ରହ କରିଥିଲେ। ପ୍ରାଥମିକ ରିପୋର୍ଟରେ ସମ୍ବଲପୁର ଜିଲା ମାନେଶ୍ୱର ତହସିଲର ଆଂଶିକ ଓ ସଦର ତହସିଲ ଅଧୀନ ଧନକଉଡ଼ା ବ୍ଲକର ଚିପିଲିମା ଓ ଗୋଶାଳା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଚାଷୀମାନଙ୍କ ଅଭିଯୋଗ କ୍ରମେ ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା। ରିପୋର୍ଟରେ ପ୍ରାୟ ୩୬ ହେକ୍ଟର ଅର୍ଥାତ୍‌ ପ୍ରାୟ ୧୦୦ ଏକର ଜମି ପ୍ରଭାବିତ ହୋଇଥିବା କୁହାଯାଇଥିବା ବେଳେ ଚୂଡ଼ାନ୍ତ ରିପୋର୍ଟରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଦର୍ଶାଯାଇଛି। ସରକାରଙ୍କଠାରେ କୃଷି ଓ ରାଜସ୍ବ ବିଭାଗର ତଦନ୍ତକାରୀ ଟିମ୍‌ ସହିତ ବିଭାଗୀୟ ଅଧିକାରୀଙ୍କ ସ୍ବାକ୍ଷର ଥିବା ରିପୋର୍ଟ ଦାଖଲ କରାଯାଇଥିଲା। ହେଲେ କାହା ଚାପରେ ଓ କାହିଁକି ଚୂଡ଼ାନ୍ତ ରିପୋର୍ଟ ଦେବା ସମୟରେ ପରିବର୍ତ୍ତନ କରାଗଲା ବୋଲି ଏବେ ସାଧାରଣରେ ପ୍ରଶ୍ନ ଉଠିଛି। ଏହାକୁ ନେଇ କ୍ଷତିଗ୍ରସ୍ତ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଏ ସମ୍ପର୍କରେ ସଦର ତହସିଲଦାର ଲକ୍ଷ୍ମଣ ଅମାତ କହିଛନ୍ତି, ସମ୍ବଲପୁର ସହରରେ ବନ୍ୟାରେ ଚାଷଜମି କ୍ଷତି ହୋଇନାହିଁ। ହେଲେ ଲୋକମାନଙ୍କ ଘର ଭାଙ୍ଗିବା ସହ ରାସ୍ତାଘାଟ ନଷ୍ଟ ହୋଇଥିବା ନେଇ ରିପୋର୍ଟ ଦିଆଯାଇଛି। ସରକାରଙ୍କ ନିୟମ ଅନୁସାରେ ପ୍ରଭାବିତ ପରିବାରକୁ ଆର୍ଥତ୍କ ସାହାଯ୍ୟ ଦିଆଯିବ ବୋଲି ସେ କହିଛନ୍ତି। ପଶ୍ଚିମ ଓଡ଼ିଶା କୃଷକ ସଙ୍ଗଠନ ଆବାହକ ଅଶୋକ ପ୍ରଧାନ କହିଛନ୍ତି ଯେ, ମହାନଦୀ ପାଣି ଆସିବା ପରେ ଧନକଉଡ଼ା ବ୍ଲକର ବସନ୍ତପୁର, ଚିପିଲିମା, ଗୋଶାଳା, କରଡୋଲା ଆଦି ଗ୍ରାମରେ ଧାନ ଫସଲ ନଷ୍ଟ ହୋଇଥିଲା। ଏହାସହ ମାନେଶ୍ୱର ତହସିଲ ଅଧୀନ ମହାନଦୀ ତଟରେ ଥିବା ଚାଷଜମି ମଧ୍ୟ ନଷ୍ଟ ହୋଇଥିଲା। କୃଷି ବିଭାଗ ଓ ରାଜସ୍ବ ବିଭାଗ ତଦନ୍ତ କରି ରିପୋର୍ଟ ପ୍ରସ୍ତୁତ କରିଥିଲେ। ହେଲେ ଚୂଡ଼ାନ୍ତ ରିପୋର୍ଟରେ ଧାନ ଫସଲ ନଷ୍ଟ ହୋଇ ନ ଥିବା ଚାଷୀ ଜାଣିବାକୁ ପାଉଛନ୍ତି, ଯାହା ପରିତାପର ବିଷୟ। କେଉଁ ଆଧାରରେ ପ୍ରାଥମିକ ରିପୋର୍ଟ ପରିବର୍ତ୍ତନ କରାଯାଇଛି। ଅନ୍ୟପକ୍ଷେ ପ୍ରଭାବିତ ଚାଷୀମାନଙ୍କୁ କ୍ଷତିପୂରଣ ଦେବାର ସ୍ବତନ୍ତ୍ର ଅନୁଦାନ ମଧ୍ୟ ରହିଛି। ହେଲେ ଚାଷୀଙ୍କ ପ୍ରତି ସମବେଦନା ନ ଥିବା ଏଥିରୁ ସ୍ପଷ୍ଟ ହେଉଛି ବୋଲି ପ୍ରଧାନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri