Posted inଜାତୀୟ

ଆସାମରେ ବନ୍ୟା ବିତ୍ପାତ, ୧୬ଲକ୍ଷ ଲୋକ ପ୍ରଭାବିତ

ନୂଆଦିଲ୍ଲୀ,୪।୭: ଆସାମର ବନ୍ୟା ସ୍ଥିତି ଭୟଙ୍କର ହେଲାଣି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି। ସେପଟେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ରହୁଥିବା ପ୍ରାଣୀଙ୍କ ଲାଗି ମଧ୍ୟ ବିପଦ ଦେଖାଦେଇଛି। ଚାରିଆଡେ ପାଣି ପଶିଯାଇଛି। ଜାତୀୟ ଉଦ୍ୟାନର ଅନେକ ସ୍ଥାନ ପାଣିରେ ବୁଡି ରହିଛି। ଫଳରେ ହାତୀ, ହରିଣ, ଗଣ୍ଡାଠୁ ଆରମ୍ଭ କରି ଅନେକ ପଶୁପକ୍ଷୀ ଏବେ ଜନବସତି ମୁହାଁ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri