ହାତୀନଦୀରେ ବନ୍ୟା: ଗାଁ, ମୁଖ୍ୟ ରାସ୍ତାରେ ଚାଲିଲା ପାଣି

ଭବାନୀପାଟଣା,୧୫।୮(ସ୍ବ.ପ୍ର): କଳାହାଣ୍ଡି ଜିଲାରେ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାରେ ପ୍ରବାହିତ ହେଉଥିବା ଅନେକ ନଦୀ ନାଳର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଅନେକ ସ୍ଥାନ ମୁଖ୍ୟ ରାସ୍ତାରେ ବଢି ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି। ଏପରିସ୍ଥଳେ ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ମଙ୍ଗଳପୁର ବ୍ୟାରେଜର ୨ ଗେଟ୍‌ ଖୋଲିବା ପରେ ସୋମବାର ସକାଳୁ ଜୁନାଗଡ ସହର ନିକଟସ୍ଥ ହାତୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।

ଫଳରେ ନଦୀ କୂଳିଆ ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଯାଇଛି। ଏପରିକି ଚାଷ ଜମ ଜଳମଗ୍ନ ହୋଇଛି, ଯାହାକୁ ନେଇ ସ୍ଥାନୀୟ ଚାଷୀଙ୍କ ଚିନ୍ତାର କାରଣ ହୋଇଛି। ଅନ୍ୟପକ୍ଷେ ଚିଚୈଗୁଡ଼ା-ଜୁନାଗଡ଼ ପିଡବ୍ଲ୍ୟୁଡି ମୁଖ୍ୟ ରାସ୍ତାରେ ହାତୀନଦୀର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯାତାୟାତ ଠପ୍‌ ହୋଇଯାଇଛି। ସେହିପରି କୁରୁଗଡ଼ା-ନାନ୍ଦୋଲ ମୁଖ୍ୟ ରାସ୍ତା, ଚିଙ୍ଗୁଡ଼ିର-ତଳମଲା ମୁଖ୍ୟ ରାସ୍ତାରେ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ସେଠାରେ ମଧ୍ୟ ଯାତାୟତ ବନ୍ଦ ହୋଇଯାଇଛି। ବ୍ଲକର ଦେଦର ପଞ୍ଚାୟତର ସୋରିଷମାଲ ଗ୍ରାମରେ ବନ୍ୟାଜଳ ପ୍ରବେଶ କରିଛି। ଏଥିଯୋଗୁ ଧାନ ଚାଷ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି। ଏହାକୁ ନେଇ ସ୍ଥାନୀୟ ଚାଷୀ ଦୁଃଖରେ ଭାଙ୍ଗିପଡିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri