ହାତୀନଦୀରେ ବଡ଼ ବନ୍ୟା: ଯୋଗାଯୋଗ ବିଚ୍ଛିନ୍ନ

ଭବାନୀପାଟଣା,୮।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାରେ ପ୍ରବାହିତ ହେଉଥିବା ବିଭିନ୍ନ ନଦୀ ନାଳରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଅନେକ ମୁଖ୍ୟ ରାସ୍ତାରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି। ଏପରିସ୍ଥଳେ ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୨ଟି ଗେଟ୍‌ ଖୋଲିଯିବା ପରେ ରବିବାର ବିଳମ୍ବିତ ରାତିରୁ ଜୁନାଗଡ଼ ସହର ନିକଟସ୍ଥ ହାତୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।

ଏନେଇ ନଦୀ କୂଳରେ ଥିବା ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହାସହ ଚାଷ ଜମିଗୁଡିକ ଜଳମଗ୍ନ ହୋଇପଡିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ଚିନ୍ତାର କାରଣ ପାଲଟିଛି। ଏପରି କି ଚଳିତ ବର୍ଷ ହାତୀ ନଦୀରେ ଏହା ସବୁଠୁ ବଡ଼ ବନ୍ୟା ହୋଇଥିବା ଦେଖିବାକୁ ମିଳିଛି। ଏପଟେ ଚିଚୈଗୁଡ଼ା-ଜୁନାଗଡ଼ ପିଡବ୍ଲୁଡି ମୁଖ୍ୟ ରାସ୍ତାରେ ହାତୀନଦୀର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯାତାୟତ ଠପ୍‌ ହୋଇଯାଇଛି। ସେହିପରି କୁରୁଗୁଡ଼ା-ନାନ୍ଦୋଲ ମୁଖ୍ୟ ରାସ୍ତା, ମାଲପଡ଼ା-ଖୁର୍ସେଲଗୁଡ଼ା ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ସେଠାରେ ମଧ୍ୟ ଯାତାୟତ ବନ୍ଦ ରହିଛି।

ସେହିପରି ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟରେ ଥିବା ହାଲେର ଜୋର ଆପ୍ରୋଚ ପୋଲରେ ରବିବାର ସନ୍ଧ୍ୟାରୁ ବନ୍ୟା ପାଣି ପ୍ରବାହିତ ହେଉଛି। ହେଲେ ଏଠାରେ ଅଧିକ ବିପଦ ରହିଥିବାରୁ ପ୍ରଶାସନ ପକ୍ଷରୁ ଉକ୍ତ ରାସ୍ତାକୁ ସେତେବେଳଠୁ ବନ୍ଦ କରିଦିଆଯାଇଛି। ଫଳରେ ଜୁନାଗଡ଼-ଧର୍ମଗଡ଼ ଜାତୀୟ ରାଜପଥ ୧୩୦ସି ମୁଖ୍ୟ ରାସ୍ତାରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ନୂତନ ପୋଲ କାମ ଅଧାପନ୍ତରିଆ ହୋଇଥିବାରୁ ଆପ୍ରୋଚ ପୋଲରେ ଚଳିତ ବର୍ଷ ଏହାକୁ ମିଶାଇ ୩ ଥର ବର୍ଷା ପାଣି ପ୍ରବାହିତ ହୋଇସାରଲାଣି। ହାତୀନଦୀରେ ବନ୍ୟା ଆସିବା ଯୋଗୁ ଏହାରି କୂଳରେ ଥିବା କଲମପୁର ବ୍ଲକ ମାଟିଖାଲ-ବିରିପୁର ରାସ୍ତା ମଧ୍ୟରେ ବନ୍ୟା ଜଳ ପ୍ରବାହିତ ହେଉଛି। ସେହିପରି ଲୋକଙ୍କ ଘରେ ବନ୍ୟା ଜଳ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri