ହାତୀନଦୀରେ ବଡ଼ ବନ୍ୟା: ଯୋଗାଯୋଗ ବିଚ୍ଛିନ୍ନ

ଭବାନୀପାଟଣା,୮।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାରେ ପ୍ରବାହିତ ହେଉଥିବା ବିଭିନ୍ନ ନଦୀ ନାଳରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଅନେକ ମୁଖ୍ୟ ରାସ୍ତାରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି। ଏପରିସ୍ଥଳେ ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୨ଟି ଗେଟ୍‌ ଖୋଲିଯିବା ପରେ ରବିବାର ବିଳମ୍ବିତ ରାତିରୁ ଜୁନାଗଡ଼ ସହର ନିକଟସ୍ଥ ହାତୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।

ଏନେଇ ନଦୀ କୂଳରେ ଥିବା ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହାସହ ଚାଷ ଜମିଗୁଡିକ ଜଳମଗ୍ନ ହୋଇପଡିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ଚିନ୍ତାର କାରଣ ପାଲଟିଛି। ଏପରି କି ଚଳିତ ବର୍ଷ ହାତୀ ନଦୀରେ ଏହା ସବୁଠୁ ବଡ଼ ବନ୍ୟା ହୋଇଥିବା ଦେଖିବାକୁ ମିଳିଛି। ଏପଟେ ଚିଚୈଗୁଡ଼ା-ଜୁନାଗଡ଼ ପିଡବ୍ଲୁଡି ମୁଖ୍ୟ ରାସ୍ତାରେ ହାତୀନଦୀର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯାତାୟତ ଠପ୍‌ ହୋଇଯାଇଛି। ସେହିପରି କୁରୁଗୁଡ଼ା-ନାନ୍ଦୋଲ ମୁଖ୍ୟ ରାସ୍ତା, ମାଲପଡ଼ା-ଖୁର୍ସେଲଗୁଡ଼ା ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ସେଠାରେ ମଧ୍ୟ ଯାତାୟତ ବନ୍ଦ ରହିଛି।

ସେହିପରି ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟରେ ଥିବା ହାଲେର ଜୋର ଆପ୍ରୋଚ ପୋଲରେ ରବିବାର ସନ୍ଧ୍ୟାରୁ ବନ୍ୟା ପାଣି ପ୍ରବାହିତ ହେଉଛି। ହେଲେ ଏଠାରେ ଅଧିକ ବିପଦ ରହିଥିବାରୁ ପ୍ରଶାସନ ପକ୍ଷରୁ ଉକ୍ତ ରାସ୍ତାକୁ ସେତେବେଳଠୁ ବନ୍ଦ କରିଦିଆଯାଇଛି। ଫଳରେ ଜୁନାଗଡ଼-ଧର୍ମଗଡ଼ ଜାତୀୟ ରାଜପଥ ୧୩୦ସି ମୁଖ୍ୟ ରାସ୍ତାରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ନୂତନ ପୋଲ କାମ ଅଧାପନ୍ତରିଆ ହୋଇଥିବାରୁ ଆପ୍ରୋଚ ପୋଲରେ ଚଳିତ ବର୍ଷ ଏହାକୁ ମିଶାଇ ୩ ଥର ବର୍ଷା ପାଣି ପ୍ରବାହିତ ହୋଇସାରଲାଣି। ହାତୀନଦୀରେ ବନ୍ୟା ଆସିବା ଯୋଗୁ ଏହାରି କୂଳରେ ଥିବା କଲମପୁର ବ୍ଲକ ମାଟିଖାଲ-ବିରିପୁର ରାସ୍ତା ମଧ୍ୟରେ ବନ୍ୟା ଜଳ ପ୍ରବାହିତ ହେଉଛି। ସେହିପରି ଲୋକଙ୍କ ଘରେ ବନ୍ୟା ଜଳ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri