କୁର୍ଲୁ-ବିରି ନଦୀରେ ବନ୍ୟା: ବ୍ଲକ ସଦର ମହକୁମାଠାରୁ ୬ ପଞ୍ଚାୟତ ଯୋଗାଯୋଗ ବିଚ୍ଛିନ୍ନ

କୁନ୍ଦୁରା,୨୬।୮: କୋରାପୁଟ ଜିଲା କୁନ୍ଦୁରା ବ୍ଲକକୁ ଘେରି ରହିଥିବା କୁର୍ଲୁ ଏବଂ ବିରି ନଦୀ ବ୍ରିଜ ଉପରେ ୩ ଫୁଟର ପାଣି ପ୍ରବାହିତ ହେଉଥିବା ବେଳେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଦିଗାପୁର ନିକଟରେ ରହିଥିବା ବିରି ନଦୀ ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିବା ବେଳେ ବ୍ଲକ ସଦର ମହକୁମାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ସେହିଭଳି ଭାବେ ଲିମା ଏବଂ ଆସନା ନିକଟରେ ଥିବା କୁର୍ଲୁ ନଦୀ ବ୍ରିଜ ଉପରେ ମଧ୍ୟ ବନ୍ୟା ଜଳ ପ୍ରବାହିତ ହେଉଥିବା ଯୋଗୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ସେହିଭଳି ଭାବେ କୁନ୍ଦୁରା ବ୍ଲକକୁ ଘେରି ରହିଥିବା କୋଲାବ ନଦୀରେ ମଧ୍ୟ ବନ୍ୟା ଜଳ ଉଛୁଳୁଥିବା ବେଳେ ଲୋକେ ଆତଙ୍କିତ ହୋଇପଡିଛନ୍ତି। ଅନ୍ୟ ପଟେ ବିଭିନ୍ନ ସ୍ଥାନରେ ଜମି ଗୁଡିକରେ ଲଗାଣ ବର୍ଷା ସାଙ୍ଗକୁ ନଦୀ ଜଳ ଜମିରେ ପଶୁଥିବା ଯୋଗୁ ଚିନ୍ତାରେ ଚାଷୀ କୁଳ ଅଛନ୍ତି। ଦିଗାପୁର ଅଞ୍ଚଳକୁ ଯାଉଥିବା ସରକାରୀ ଆମ ବସ ୫୦ ଜଣ ଯାତ୍ରୀ ଙ୍କୁ ନେଇ ଅଧା ବାଟରେ ଫସି ରହିଛି। ଏହାକୁ ନେଇ ବନ୍ୟାଞ୍ଚଳକୁ ଅତିରିକ୍ତ ତହସିଲଦାର ଅଶୋକ କୁମାର ପାଲ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦିଗାପୁର,ମସିଗାଁ, ଘୁମର, ଲିମା, ଆସନା, କେରିମିଟି ଅଞ୍ଚଳ ବନ୍ୟା ଯୋଗୁ ପ୍ରଭାବିତ ହେଉଥିବା ଦେଖିବାକୁ ମିଳିଛି। ବର୍ଷା ନ କମିଲେ ସ୍ଥିତି ସଙ୍ଗୀନ ହେବା ନେଇ ଆଶଙ୍କା ରହିଛି। ସମସ୍ତ ସରକାରୀ କର୍ମଚାରୀ ଯାହାକି ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ଯୋଗାଣ ସହାୟକ, ରାଜସ୍ବ ନିରୀକ୍ଷକମାନଙ୍କୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପି. ମନସ୍ମିତା ନିଜ ନିଜ ଅଞ୍ଚଳରେ ରହିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri