Posted inଜାତୀୟ

୩ ଦିନ ଧରି ଲଗାଣ ବର୍ଷା, ସୃଷ୍ଟି ହେଲା ବନ୍ୟା ସ୍ଥିତି

ମୁମ୍ବାଇ, ୨୧।୭: ଗତ ୩ ଦିନ ଧରି ମୁମ୍ବାଇରେ ଲଗାଣ ବର୍ଷା ଯୋଗୁ ସହରର ବହୁ ଅଞ୍ଚଳରେ ଜଳମଗ୍ନ ସ୍ଥିତି ଦେଖାଯାଇଛି। ମୁମ୍ବାଇ ଓ ଏହାର ଆଖପାଖ ସହର ଯଥା ପୁଣେ, ଠାଣେ ଓ ପାଲଘରକୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମହାରାଷ୍ଟ୍ର ରାଜ୍ୟ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି। ଶୁକ୍ରବାର ମଧ୍ୟ ମୁମ୍ବାଇରେ ହାରାହାରି ୭୮ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପୂର୍ବ ଓ ପଶ୍ଚିମ ମୁମ୍ବାଇରେ ଯଥାକ୍ରମେ ୫୭ ଓ ୬୭ ମିମି ବର୍ଷା ରେକର୍ଡ ହୋଇଛି।

ସେହିପରି କେତେକ ପ୍ରମୁଖ ରାସ୍ତା ଓ ରେଳ ଟ୍ରାକରେ ପାଣି ଜମା ହୋଇଯିବାରୁ ମୁମ୍ବାଇର ସାଧାରଣ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ଶନିବାର ଲଗାଣ ବର୍ଷା ଯୋଗୁ ମୁମ୍ବାଇର ସ୍ଥାନୀୟ ଟ୍ରେନ୍‌ଗୁଡ଼ିକ ୧୫ରୁ ୨୦ ମିନିଟ୍‌ ବିଳମ୍ବରେ ଯାତାୟାତ କରୁଛି। ସେହିପରି ସହରରେ ଯାତ୍ରୀମାନଙ୍କ ପେଣ୍ଠସ୍ଥଳୀ କୁହାଯାଉଥିବା ଅନ୍ଧେରୀ ଓ ମାଲାଦ୍‌ ଭୂତଳ ମାର୍ଗରେ ପାଣି ଜମିଯିବାରୁ ସତର୍କତା ଦୃଷ୍ଟିରୁ ଏହାକୁ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri