Posted inଜାତୀୟ

ସିକିମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୯୪କୁ ବୃଦ୍ଧି

ଗ୍ୟାଙ୍ଗଟକ୍‌,୧୧।୧୦: ସିକିମରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ୯୪କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ସିକିମରୁ ୩୬ ଟି ଏବଂ ପଶ୍ଚିମବଙ୍ଗରୁ ୫୮ଟି ମୃତଦେହ ଉଦ୍ଧାର କରାଯାଇଛି। ୭୯ ଜଣ ଏବେ ବି ନିଖୋଜ ଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ସିକିମ ରାଜ୍ୟ ବିପର୍ଯ୍ୟୟ ନିୟନ୍ତ୍ରଣ କକ୍ଷ (ଏସ୍‌ଏସ୍‌ଡିଏମ୍‌ଏ) ଏବଂ ବେଙ୍ଗଲ ପୋଲିସ ଏହି ସୂଚନା ଦେଇଛନ୍ତି।

ସିକିମ ଏସ୍‌ଏସ୍‌ଡିଏମ୍‌ଏ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ବନ୍ୟା ହେତୁ ମଙ୍ଗନ, ଗାଙ୍ଗକୋଟ, ପାକିଙ୍ଗ ଏବଂ ନାମଚିରେ ଜିଲାରେ ୩୬ ଜଣଙ୍କର ମୃତ୍ୟୁ ହୋଇଛି। ସେଥିରୁ ୧୦ ଜଣ ଭାରତୀୟ ସେନା ସୈନିକ ସାମିଲ ଅଛନ୍ତି। ସେହିପରି ପଶ୍ଚିମବଙ୍ଗର ଜଲପାଇଗୁଡି, କୁଚବିହାର ଏବଂ କଳିଙ୍ଗପୋଙ୍ଗରୁ ଏ ପର୍ଯ୍ୟନ୍ତ ୫୮ଟି ମୃତଦେହ ଉଦ୍ଧାର କରାଯାଇଛି, ସେଥିମଧ୍ୟରୁ ୬ଜଣ ସେନା କର୍ମଚାରୀ। ସେପଟେ ସିକିମ ମୁଖ୍ୟ ସଚିବ ବି ବି ପାଠକ କହିଛନ୍ତି , ଯଦି ଆସନ୍ତା ଦୁଇ ଦିନ ଧରି ପାଗ ଯଦି ଭଲ ରହେ ତେବେ ମଙ୍ଗନ ଜିଲା ତଥା ଅନ୍ୟାନ୍ୟ ଜିଲାରେ ଫସିଥିବା ପର୍ଯ୍ୟଟକଙ୍କୁ ବାହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri