Posted inଖେଳ

ବାରବାଟୀରେ ଫ୍ଲଡ ଲାଇଟ୍‌ ଲିଭିଯିବା ଘଟଣା: ଆକ୍ସନ ମୋଡ୍‌ରେ ପ୍ରଶାସନ

କଟକ,୧୦।୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଭାରତ ଓ ଇଂଲଣ୍ଡ ମହାମୁକାବିଲାରେ ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ଭାରତ ୪ ଉଇକେଟରେ ବିଜୟୀ ହୋଇ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ କବ୍‌ଜା କରି ନେଇଛି।

ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୯.୫ ଓଭରରେ ଇଂଲଣ୍ଡ ସମସ୍ତ ଉଇକେଟ ହରାଇ ୩୦୪ ରନ୍‌ର ବିଶାଳ ସ୍କୋର ଛିଡା କରିଥିଲା। ଭାରତୀୟ ଦଳ ବ୍ୟାଟିଂ ଆରମ୍ଭ କରି ୬.୧ ଓଭର ସୁଦ୍ଧା ବିନା କୌଣସି ଉଇକେଟ ହରାଇ ୪୮ରନ୍‌ କରିଥିଲା। ମ୍ୟାଚ୍‌ ଚାଲିଥିବା ବେଳେ ଷ୍ଟାଡିୟମରେ କ୍ଲବ ଟାୱାର ପାଖରେ ଲାଗିଥିବା ଫ୍ଲଡ ଲାଇଟ ହଠାତ୍‌ ବନ୍ଦ ହୋଇଯାଇଥିଲା। ଫଳରେ ମ୍ୟାଚ୍‌ ଅଧାରୁ ଅଟକି ଯାଇଥିଲା। ଫ୍ଲଡ ଲାଇଟର ତ୍ରୁଟି ସୁଧାରିବା ପରେ ପୁଣି ମ୍ୟାଚ୍‌ ଆରମ୍ଭ ହୋଇଥିଲା।

ସୋମବାର ବାରବାଟୀରେ ଫ୍ଲଡ ଲାଇଟ ଲିଭିଯିବା ପ୍ରସଙ୍ଗକୁ ନେଇ କ୍ରୀଡ଼ା ଓ ଯୁବ ବିଭାଗ ପକ୍ଷରୁ ଓସିଏକୁ କାରଣ ଦର୍ଶାଅ ନୋଟିସ ଜାରି କରିଛି। କାହିଁକି ମ୍ୟାଚ୍‌ ବେଳେ ଲାଇଟ୍‌ ବନ୍ଦ ହେଲା ତାହାର ଉତ୍ତର ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଘଟଣା ପାଇଁ କିଏ ଦାୟୀ ତାକୁ ନେଇ ୧୦ ଦିନରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଯାଇଛି। ଅନ୍ୟପକ୍ଷେ ଖେଳ ବାଧାପ୍ରାପ୍ତକୁ ନେଇ ଦର୍ଶକଙ୍କୁ ନିରାଶ ହେବାକୁ ପଡିଥିଲା। ଏପରିକି ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଏଭଳି ତ୍ରୁଟିକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri