ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ମାସକରେ ୪ଟି ଲଘୁଚାପ ଯୋଗୁ ଓଡ଼ିଶା ସମେତ ପଡୋଶୀ ରାଜ୍ୟରେ ମଧ୍ୟ ବର୍ଷା ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। ଆସନ୍ତା ୨୮ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଏଥିସହ ରାଜ୍ୟରେ ଆହୁରି ୫ଦିନ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ବନ୍ୟା ଆସିବା ଆଶଙ୍କା ସୃଷ୍ଟି ହୋଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ଶୁକ୍ରବାର ବାଂଲାଦେଶ ନିକଟବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମେ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏବେ ନଦୀଗୁଡିକ ଫୁଲୁଥିବା ବେଳେ ଆଗାମୀ ଦିନରେ ବନ୍ୟା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ପ୍ରଥମେ ନଦୀକୂଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି। ସେହିପରି ଉପକୂଳବର୍ତ୍ତୀ ଜିଲାଗୁଡିକରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ସେଠାକାର ନଦୀରେ ମଧ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।
ଶନିବାର ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବାକୁ ଥିବାବେଳେ କେତେକ ଜିଲାରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ସମେତ ବିଭିନ୍ନ ଜିଲାକୁ ସତର୍କ କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri