Video: ଯାଜପୁରରେ ବନ୍ୟା ବିଭୀଷିକା; ଘାଇ ମୁହଁରୁ ଫସି ଥିବା ଶିଶୁ, ମହିଳା ଉଦ୍ଧାର

ଯାଜପୁର,୨୫।୮: ଯାଜପୁର ଜିଲାରେ ବୈତରଣୀ ନଦୀର ବନ୍ୟାଜଳ ତାଣ୍ଡବ ରଚିଛି। ଦଶରଥପୁର ଅଞ୍ଚଳର କଟିକଟା ଗାଁର ବୃଦ୍ଧ ଭାଗବତ ମାଝୀ (୭୨)ଙ୍କ ବନ୍ୟାଜଳରେ ବୁଡ଼ି ମୃତ୍ୟୁ ହୋଇଛି। ସେ ନଦୀପଠାରେ ଥିବା ଘରେ ଜୁହାର ହେବା ସମୟରେ ଗୋଡ଼ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚାଇଥିଲେ, କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ବୈତରଣୀର ଶାଖା ନଦୀ କାଣୀରେ ବନ୍ୟା ଯୋଗୁଁ କସପା ପଞ୍ଚାୟତର ଅହିୟାସ ନିକଟ ଦରଘା (ପିର ମନ୍ଦିର) ପାଖରେ ୧୨୦ ଫୁଟର ଏକ ଘାଇ ସୃଷ୍ଟି ହୋଇଛି। ଏହା ଫଳରେ ବନ୍ୟାଜଳ ଗାଁ ଓ ଅହିୟାସ ବଜାରରେ ପଶିଛି। ଘାଇମୁହଁରେ ଫସିଥିବା ଜଣେ ଶିଶୁ ଓ ମହିଳାଙ୍କୁ ସ୍ଥାନୀୟ ଲୋକେ ବାଉଁଶ ସିଡ଼ି ବ୍ୟବହାର କରି ଉଦ୍ଧାର କରିଛନ୍ତି, କାରଣ ଅଗ୍ନିଶମ ଓ ଓଡ୍ରାଫ ଟିମ୍‌ ପହଞ୍ଚି ପାରିନଥିଲେ।

ଜିଲାର ୧୪ଟି ପଞ୍ଚାୟତରେ ବନ୍ୟାଜଳ ପ୍ରବାହିତ ହେଉଛି। କସପା ଓ ମଲିକାପୁର ପଞ୍ଚାୟତର ୪୯୦୦ ଲୋକଙ୍କୁ ୯ଟି ଆଶ୍ରୟସ୍ଥଳରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri