ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୩୦।୬: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସମୀକ୍ଷା ପରେ ପ୍ରତିକ୍ରିୟାରେ ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଥିବା ମନ୍ତ୍ରୀ କହିଛନ୍ତି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି।

ଏପରିକି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବାରୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଏଥିସହ ଆସନ୍ତା ୭ ଦିନ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ଏନେଇ ରେଡ ଓ୍ବାର୍ନିଂ ଜାରି କରାଯାଇଛି।

ଏପରିକି ତଳମୁଣ୍ଡରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ପାଣି ସହ ଝାଡ଼ଖଣ୍ଡର ଚାନ୍ଦିଲି ଡ୍ୟାମ୍‌ ପାଣି ଓଡ଼ିଶା ଆସୁଛି। ଏନେଇ ଝାଡ଼ଖଣ୍ଡ ସରକାରଙ୍କ ସହ ଯୋଗାଯୋଗରେ ଥିବା ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ସୁବର୍ଣ୍ଣରେଖା ଜଳସ୍ତର ବଢୁଛି। ହେଲେ ବୁଢ଼ାବଳଙ୍ଗ ଓ ଜଳକାରେ ଜଳସ୍ତର କମୁଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ବସ୍ତା, ବାଲିଆପାଳ ପୌରାଞ୍ଚଳ, ରେମୁଣା ସଦର ଭୋଗରାଇ, ଜଳେଶ୍ବରରେ ମଧ୍ୟ ପାଣି ପଶିଛି। ଏନେଇ ଆଗାମୀ ୭ ଦିନ ଯାଏ ଲୋକଙ୍କୁ ମାଗଣା ଖାଦ୍ୟ ଯୋଗାଇ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳର ଲୋକଙ୍କୁ ରିଲିଫ ସେଣ୍ଟରରେ ରଖାଯାଇଛି। କଟକରୁ ୨ଟି ଓଡ୍ରାଫ ଟିମ୍‌ ବାଲେଶ୍ବର ଯିବେ ବୋଲି ମନ୍ତ୍ରୀ କହଛନ୍ତି। ଲଘୁଚାପ ବର୍ଷା ଉପରେ ସରକାର ନଜର ରଖିଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri