ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୩୦।୬: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସମୀକ୍ଷା ପରେ ପ୍ରତିକ୍ରିୟାରେ ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଥିବା ମନ୍ତ୍ରୀ କହିଛନ୍ତି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି।

ଏପରିକି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବାରୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଏଥିସହ ଆସନ୍ତା ୭ ଦିନ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ଏନେଇ ରେଡ ଓ୍ବାର୍ନିଂ ଜାରି କରାଯାଇଛି।

ଏପରିକି ତଳମୁଣ୍ଡରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ପାଣି ସହ ଝାଡ଼ଖଣ୍ଡର ଚାନ୍ଦିଲି ଡ୍ୟାମ୍‌ ପାଣି ଓଡ଼ିଶା ଆସୁଛି। ଏନେଇ ଝାଡ଼ଖଣ୍ଡ ସରକାରଙ୍କ ସହ ଯୋଗାଯୋଗରେ ଥିବା ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ସୁବର୍ଣ୍ଣରେଖା ଜଳସ୍ତର ବଢୁଛି। ହେଲେ ବୁଢ଼ାବଳଙ୍ଗ ଓ ଜଳକାରେ ଜଳସ୍ତର କମୁଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ବସ୍ତା, ବାଲିଆପାଳ ପୌରାଞ୍ଚଳ, ରେମୁଣା ସଦର ଭୋଗରାଇ, ଜଳେଶ୍ବରରେ ମଧ୍ୟ ପାଣି ପଶିଛି। ଏନେଇ ଆଗାମୀ ୭ ଦିନ ଯାଏ ଲୋକଙ୍କୁ ମାଗଣା ଖାଦ୍ୟ ଯୋଗାଇ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳର ଲୋକଙ୍କୁ ରିଲିଫ ସେଣ୍ଟରରେ ରଖାଯାଇଛି। କଟକରୁ ୨ଟି ଓଡ୍ରାଫ ଟିମ୍‌ ବାଲେଶ୍ବର ଯିବେ ବୋଲି ମନ୍ତ୍ରୀ କହଛନ୍ତି। ଲଘୁଚାପ ବର୍ଷା ଉପରେ ସରକାର ନଜର ରଖିଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?