ଏହି ଜିଲାରେ ବନ୍ୟା ସ୍ଥିତି: ୨ ଦିନ ପାଇଁ ସ୍କୁଲ, ଅଙ୍ଗନବାଡ଼ି ବନ୍ଦ

ଭଦ୍ରକ,୨୪।୮: ଲଗାଣ ବର୍ଷା ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ଯୋଗୁଁ ଭଦ୍ରକ ଜିଲାର ଧାମନଗର ବ୍ଲକରେ ସୃଷ୍ଟି ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଧାମନଗରର ୪ଟି ପଞ୍ଚାୟତ—ସୋହଡ଼ା, ପଧାନୀ, ଅର୍ଜୁନପୁର ଓ ହସନାବାଦରେ ୨୫ଟି ସ୍କୁଲ ଏବଂ ୨ଟି ପଞ୍ଚାୟତର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ୨ ଦିନ ପାଇଁ ବନ୍ଦ ରହିବ।

ବନ୍ୟା ଯୋଗୁଁ ବିଭିନ୍ନ ବିଦ୍ୟାଳୟ ପାଣି ଘେରରେ ରହିଥିବା ରିପୋର୍ଟ ମିଳିଛି। ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ନିରାପତ୍ତାକୁ ପ୍ରାଥମିକତା ଦେଇ ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଆଖୁଆପଦା ଠାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ରହିଥିବା ବେଳେ, ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ଅଧିକ ଗମ୍ଭୀର ହେବାରେ ଲାଗିଛି। ପ୍ରଶାସନ ପକ୍ଷରୁ ବିପନ୍ନଙ୍କୁ ରିଲିଫ ଓ ସହାୟତା ପ୍ରଦାନ ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପୁଟିନଙ୍କୁ ରିଟର୍ନ ଉପହାର ଦେଲେ ମୋଦି: ରୁଷିଆ ନାଗରିକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri