ଏହି ଜିଲାରେ ବନ୍ୟା ସ୍ଥିତି: ୨ ଦିନ ପାଇଁ ସ୍କୁଲ, ଅଙ୍ଗନବାଡ଼ି ବନ୍ଦ

ଭଦ୍ରକ,୨୪।୮: ଲଗାଣ ବର୍ଷା ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ଯୋଗୁଁ ଭଦ୍ରକ ଜିଲାର ଧାମନଗର ବ୍ଲକରେ ସୃଷ୍ଟି ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଧାମନଗରର ୪ଟି ପଞ୍ଚାୟତ—ସୋହଡ଼ା, ପଧାନୀ, ଅର୍ଜୁନପୁର ଓ ହସନାବାଦରେ ୨୫ଟି ସ୍କୁଲ ଏବଂ ୨ଟି ପଞ୍ଚାୟତର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ୨ ଦିନ ପାଇଁ ବନ୍ଦ ରହିବ।

ବନ୍ୟା ଯୋଗୁଁ ବିଭିନ୍ନ ବିଦ୍ୟାଳୟ ପାଣି ଘେରରେ ରହିଥିବା ରିପୋର୍ଟ ମିଳିଛି। ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ନିରାପତ୍ତାକୁ ପ୍ରାଥମିକତା ଦେଇ ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଆଖୁଆପଦା ଠାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ରହିଥିବା ବେଳେ, ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ଅଧିକ ଗମ୍ଭୀର ହେବାରେ ଲାଗିଛି। ପ୍ରଶାସନ ପକ୍ଷରୁ ବିପନ୍ନଙ୍କୁ ରିଲିଫ ଓ ସହାୟତା ପ୍ରଦାନ ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri