ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ ବ୍ୟକ୍ତି ଭାସିଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଜଣଙ୍କୁ ଉଦ୍ଧାର କରାଯାଇଛି ଏବଂ ଅନ୍ୟଜଣେ ନିଖୋଜ ଅଛନ୍ତି। ନିଖୋଜ ବ୍ୟକ୍ତି ଜଣଙ୍କ ହେଉଛନ୍ତି ସ୍ଥାନୀୟ ବାଲିକିରା ଗ୍ରାମର ତ୍ରିଲୋଚନ ରାଉଳ(୫୫)। ଖବର ପାଇ ପଟ୍ଟାମୁଣ୍ଡାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ପେଣ୍ଠପାଳ ପଞ୍ଚାୟତ ବାଲିିକିରା ଗ୍ରାମର ତ୍ରିଲୋଚନ ରାଉଳ ଏବଂ ବାଙ୍କବିହାରୀ ରାଉଳ ସୋମବାର ଅପରାହ୍ନରେ କାମ ସାରି ଘରକୁ ଫେରୁଥିଲେ। ଏହି ସମୟରେ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରେ ବନ୍ୟାପାଣି ମାଡ଼ି ଆସିବାରୁ ଧୋୟାଞ୍ଚଳର ଏକାଧିକା ସ୍ଥାନରେ ଘାଇ ସୃଷ୍ଟି ହୋଇ ଗାଁ ରାସ୍ତା ପାଣିର ବୁଡିରହିଛି।

ଏଭଳିସ୍ଥିତିରେ ଦୁହେଁ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟରେ ଥିବା ଘାଇଦେଇ ବନ୍ୟାଜଳ ପାରି ହେବାକୁ ଚେଷ୍ଟା କରୁଥିବା ବେଳେ ନିୟନ୍ତ୍ରଣ ହରାଇ ସ୍ରୋତରେ ଭାସି ଯାଇଥିଲେ। ଏହା ଦେଖି ସ୍ଥାନୀୟ ଲୋକତୁରନ୍ତ ସହାୟତାର ହାତ ବଢାଇଥିଲେ। ଗ୍ରାମବାସୀଙ୍କ ଉଦ୍ୟମ ଯୋଗୁ ବାଙ୍କବିହାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ହେଲେ ତ୍ରିଲୋଚନ ପ୍ରଖର ସ୍ରୋତରେ ଭାସି ଯାଇଥିଲେ।

ପଟ୍ଟାମୁଣ୍ଡାଇ ଅଗ୍ନିଶମ ବାହିନୀର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେଶନ ଆରମ୍ଭ କରିଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଗ୍ରାମବାସୀ ଓ ଉଦ୍ଧାରକାରୀ ଦଳ ନିଖୋଜ ତ୍ରିଲୋଚନଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

ଆଇପିଏଲ ୨୦୨୭ ପାଇଁ ସିଏସ୍‌କେର ମାଷ୍ଟରଷ୍ଟ୍ରୋକ, ୨ ଖେଳାଳିଙ୍କ ବଦଳରେ ଦଳରେ ସାମିଲ ହେଲେ ଆଉ ୨ ନୂଆ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୫।୧୧: ଆଇପିଏଲ ୨୦୨୭ ପାଇଁ ସମସ୍ତ ଫ୍ରାଞ୍ଚାଇଜିଙ୍କୁ ନିଜ ନିଜର ରିଟେନ ଓ ରିଲିଜ ଖେଳାଳିଙ୍କ ତାଲିକା ନଭେମ୍ବର ୧୭ ତାରିଖ ସୁଦ୍ଧା ବିସିସିଆଇକୁ ଦାଖଲ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

ଦୀପାବଳି ପୂର୍ବରୁ ସରକାରଙ୍କ ସ୍ବତନ୍ତ୍ର ପ୍ୟାକେଜ, ମାତ୍ର ୧୦୦ ଟଙ୍କାରେ ମିଳିବ ୧୦ ପ୍ରକାର ପରିବା!

ଚେନ୍ନାଇ,୫ା୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ପରିବାରର ରୋଷେଇ ଖର୍ଚ୍ଚ କମାଇବା ପାଇଁ ତାଙ୍କ…

ଧନଶ୍ରୀ ଗର୍ଭବତୀ ଥିବାବେଳେ ଚହଲ ହେଇଥିଲେ ଧୋକା! ଭାଇରାଲ ହେଉଛି ଆରଜେ ମହବଶଙ୍କ ଭିଡିଓ

ନୂଆଦିଲ୍ଲୀ,୫।୧୧:ଭାରତୀୟ କ୍ରିକେଟର ଯୁଜବେନ୍ଦ୍ର ଚହଲ ଓ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର ଧରିଛି। ଏଥର ଚର୍ଚ୍ଚାର କାରଣ ହେଉଛି ଆରଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?