ବନ୍ୟା ଆଶଙ୍କା, ପ୍ରସ୍ତୁତ ରୁହ:୧୭ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୯(ସୁନିତ୍‌ ମିଶ୍ର):ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୩ ଜିଲା କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବା ଆଶଙ୍କା ରହିଛି। ସେହିପରି ୧୪ ଜିଲା ଯଥା- ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଏହି ୧୭ ଜିଲାର ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ସମୀକ୍ଷା ବୈଠକ କରିଛନ୍ତି। ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ଜିଲା ଏବଂ ବ୍ଲକ୍‌ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ ୨୪ ଘଣ୍ଟା କାର୍ଯ୍ୟ କରିବା ଏବଂ ଏହାର ତଥ୍ୟଗୁଡିକ ଯେପରି ନିୟମିତ ଭାବେ ପ୍ରଦାନ କରାଯିବ ସେଥିପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ପରିବର୍ତ୍ତିତ ପରିସ୍ଥିତି ଦେଖି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ଲଘୁଚାପଜନିତ ବର୍ଷା ଏବଂ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଛନ୍ତି, ପ୍ରବଳ ବର୍ଷା ଯୋଗୁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏପରି ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍‌ ଇଞ୍ଜିନିୟର ଏବଂ ଅଧିକାରୀମାନଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହ ପ୍ରସ୍ତୁତ ରହିବା ଆବଶ୍ୟକ। ଏହି ସମୟରେ ଜଳବନ୍ଦୀ ସମ୍ମୁଖୀନ ହେବା ସମ୍ଭାବନା ଥିବା ଅଞ୍ଚଳରୁ ପାଣି ନିଷ୍କାସନ ପାଇଁ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ଆଗୁଆ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଦାୟିତ୍ୱରେ ଥିବା ଇଞ୍ଜିନିୟରିଂ କର୍ମଚାରୀମାନେ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ତୁରନ୍ତ ସହାୟତା ପାଇଁ ଓଡ୍ରାଫ ଏବଂ ଅଗ୍ନିଶମ ସେବା ୟୁନିଟ୍‌ଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ, ବିଶେଷ କରି ତଳିଆ ଅଞ୍ଚଳ କିମ୍ବା ଯେଉଁଠାରେ ବନ୍ୟା ଆଶଙ୍କା (ଫ୍ଲାସ୍‌ ଫ୍ଲଡ୍‌) ରହିଛି ଏବଂ ଅନ୍ୟାନ୍ୟ ଆବଶ୍ୟକ ସ୍ଥାନରେ ୟୁନିଟ୍‌ଗୁଡିକୁ ନିୟୋଜିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ଥିବାରୁ ଉକ୍ତ ଅଞ୍ଚଳଗୁଡିକୁ ଚିହ୍ନଟକରି କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରସ୍ତୁତ ରହିବାକୁ ଜିଲାପାଳମାନଙ୍କୁ କୁହାଯାଇଛି। ବିଶେଷକରି ମାଲକାନଗିରି ଜିଲାରେ ଅଧିକ ସତର୍କତାମୂଳକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବହୁମୁଖୀ ବନ୍ୟାବାତ୍ୟ ଆଶ୍ରୟସ୍ଥଳକୁ ବ୍ୟବହାର ପାଇଁ ପ୍ରସ୍ତୁତ ରଖାଯାଇଛି ଏବଂ ସେଥିରେ ଖାଦ୍ୟ ଓ ଅନ୍ୟାନ୍ୟ ଆବଶ୍ୟକ ଦ୍ରବ୍ୟ ମଧ୍ୟ ମହଜୁଦ ରଖାଯାଇଥିବା ବୈଠକରେ ସୂଚନା ଦିଆଯାଇଛି। ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳରୁ ଲୋକଙ୍କୁ ଆଶ୍ରୟସ୍ଥଳକୁ ନେଇ ରନ୍ଧାଖାଦ୍ୟ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଅଞ୍ଚଳରେ ଆବଶ୍ୟକ ଔଷଧ ପତ୍ର, ସାପ କାମୁଡ଼ା ଇନଞ୍ଜେକ୍ସନ, ଗୋଖାଦ୍ୟ ଓ ଅନ୍ୟାନ୍ୟ ପଶୁଖାଦ୍ୟ ଯଥେଷ୍ଟ ପରିମାଣରେ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର ଦକ୍ଷତା ରହିଛି ଏବଂ ଜାତୀୟ ସ୍ତରରେ ରାଜ୍ୟ ପ୍ରଶଂସା ଅର୍ଜନ କରିଛି। ତେଣୁ ଏହି ଲଗାଣ ବର୍ଷାଜନିତ ସମସ୍ୟାର ଠିକ୍‌ ଭାବେ ପରିଚାଳନା ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ରବିନାରାୟଣ ନାଏକ ଏବଂ ଆଭାସି ମାଧ୍ୟମରେ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ, ଶକ୍ତି ବିଭାଗର ପ୍ରମୁଖ ସଚିବ, ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ବ୍ରହ୍ମପୁର ଡିଆଇଜି ଏବଂ ବର୍ଷା ସମ୍ଭାବନା ଥିବା ୧୭ ଜିଲାର ଜିଲାପାଳ, ଏସ୍‌ପି, ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ଏବଂ ପ୍ରମୁଖ ଅଧିକାରୀଗଣ ଉପସ୍ଥିତ ଥିଲେ।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri