ବୁଢ଼ାବଳଙ୍ଗରେ ବନ୍ୟା ଆଶଙ୍କା: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ବିଧାୟକ

ବୈଶିଙ୍ଗା,୨୯।୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅଞ୍ଚଳରେ ପ୍ରବାହିତ ହେଉଥିବା ବୁଢ଼ାବଳଙ୍ଗ ନଦୀର ଜଳସ୍ତର କ୍ରମାଗତ ବୃଦ୍ଧି ପାଉଥିବାରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି।

ଲଘୁଚାପ ଯୋଗୁ ଗତ ୪ଦିନ ହେଲା ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବୁଢ଼ାବଳଙ୍ଗ ସହିତ ଜିଲାର ସମସ୍ତ ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି। ରବିବାର ଅପରାହ୍ନରେ ବୈଶିଙ୍ଗା ବଡ଼ସାହି ମୁଖ୍ୟ ରାସ୍ତାର ବୁଢ଼ାବଳଙ୍ଗ ନଦୀ ନାଖରା ସେତୁ ନିକଟରେ ସେତୁ ଲଂଘିବାକୁ ଆଉ ମାତ୍ର ଚାରି ଫୁଟ ବାକି ରହିଥିବା ଦେଖିବାକୁ ମିଳିଛି। ତେବେ ନାଖରା, ପାଟଳିପୁରା, ଦାରିହା, କାଠପାଳ, ସିଙ୍ଗଲାମୁଣ୍ଡଳି, ଶାଳଗାଁ ପ୍ରଭୃତି ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କାରେ ରହିଛି ବୋଲି ଗ୍ରାମବାସୀ ଆଶଙ୍କା ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି। ରବିବାର ଜିଲାପାଳ ହେମକାନ୍ତ ସଏ, ବିଧାୟକ ସନାତନ ବିଜୁଳି, ବେତନଟୀ ବ୍ଲକ ଏବିଡିଓ ଗଗନ ବିହାରୀ ବେହେରା, ଅତିରିକ୍ତ ତହସିଲଦାର ଈଶ୍ୱର ଚନ୍ଦ୍ର ରଣା, ସୁପରଭାଇଜର ଜଗନ୍ନାଥ ସିଂ, ବଡ଼ସାହି ତହସିଲଦାର କରୁଣାକର ଧିନ୍ଦା ପ୍ରମୁଖ ନାଖରା ସେତୁ ନିକଟରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ଫେରିଛନ୍ତି।

ସୂଚନା ମୁତାବକ,ସାପରଠାରୁ ଉପରମୁଣ୍ଡରେ ବର୍ଷାର ପ୍ରକୋପ ହ୍ରାସ ପାଇଥିବାରୁ ଯଦି ଏଭଳି ସ୍ଥିତି ଆଗାମୀ କିଛି ଘଣ୍ଟା ଲାଗି ରହେ ତେବେ ବନ୍ୟା ଆଶଙ୍କା ଟଳିଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri