ରିଲିଫ୍‌ରୁ ବଞ୍ଚିତ ବନ୍ୟା ବିପନ୍ନ, ଗୁହାରି ଶୁଣିବା ବଦଳରେ ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି ବିପର୍ଯ୍ୟୟ। ଘରଦ୍ୱାର ଉଜାଡ଼ିବା ସହ ଲୋକଙ୍କ ମୁହଁରୁ ଆହାର ଛଡ଼ାଇ ନେଇଛି ବନ୍ୟା। ଏଭଳି ବିପତ୍ତି ସମୟରେ ରିଲିଫ୍‌ରୁ ବଞ୍ଚିତ ହୋଇ ଶେଷରେ ନ୍ୟାୟ ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶତାଧିକ ବନ୍ୟାବିପନ୍ନ। ପୁରୁଷୋତ୍ତମପୁର ଏନଏସିର କୁମାରୀ ଓ କନକାବସ୍ତିରେ ବନ୍ୟାଜଳ ଘରେ ପଶି ସମସ୍ତ ଆସବାବପତ୍ର ଓ ଖାଦ୍ୟସାମଗ୍ରୀ ଭସାଇ ନେଇଛି। ଏବେ ବି ଘର ଭିତରେ ଆଣ୍ଠୁଏ ଉଚ୍ଚତାର କାଦୁଅ ଜମି ରହିଛି। ଫଳରେ ପିଲାଛୁଆଙ୍କୁ ଧରି ଖାଦ୍ୟ ଓ ପାନୀୟ ଅଭାବରେ ଦୁର୍ଦ୍ଦଶା ଭୋଗୁଛନ୍ତି ପରିବାର। ବିଶେଷକରି ଭଡ଼ାଘରେ ରହୁଥିବା ପରିବାରଗୁଡ଼ିକର ଅବସ୍ଥା ଅତି ଦୟନୀୟ। ବନ୍ୟାରେ ସର୍ବସୱ ହରାଇଥିଲେ ମଧ୍ୟ ଚାରିଦିନ ବିତିଯାଇଥିବା ସତ୍ତ୍ୱେ ସେମାନଙ୍କୁ ଖାଦ୍ୟ କିମ୍ବା ପାନୀୟ ମିଳି ନ ଥିବା ଅଭିଯୋଗ ହୋଇଛି।
ସ୍ଥାନୀୟ ସ୍ଥାୟୀ ବାସିନ୍ଦା ନୁହନ୍ତି ବୋଲି ଦର୍ଶାଇ ଭଡ଼ାଟିଆଙ୍କୁ ସରକାରୀ ସହାୟତାରୁ ବଞ୍ଚିତ କରାଯାଉଥିବା ନେଇ ଲୋକେ କ୍ଷୋଭ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଗୁହାରି ଶୁଣିବା ବଦଳରେ କେତେକ ଜନପ୍ରତିନିଧି ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ତାତ୍ସଲ୍ୟ କରିଥିବା ମଧ୍ୟ ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ଶହ ଶହ ମହିଳା ଓ ପୁରୁଷ ଆସିକା-ହୁମା ୩୧ ନମ୍ବର ରାଜ୍ୟ ରାଜପଥ ଅବରୋଧ କରି ଧାରଣା ଦେଇଥିଲେ। ଫଳରେ ଦୀର୍ଘ ତିନି ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା।
ଖବର ପାଇ ତହସିଲଦାର ବିନୋଦ କୁମାର ବେହେରା ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ଅଜିତ କୁମାର ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ତେବେ ଅସଦ୍‌ବ୍ୟବହାର କରିଥିବା ଜନପ୍ରତିନିଧିଙ୍କୁ ଘଟଣାସ୍ଥଳକୁ ଡକାଇବା ଦାବିରେ ଆନ୍ଦୋଳନକାରୀ ଅଡ଼ି ବସିଥିଲେ। ଶେଷରେ ଏସ୍‌ଡିପିଓ ସୁଜିତ କୁମାର ନାୟକ, ପୁରୁଷୋତ୍ତମପୁର ଥାନା ଆଇଆଇସି କୁଳମଣି ସେଠୀ ଓ ପୋଲସରା ଥାନା ଆଇଆଇସି କୌଶିକ ମାଝୀ ପୋଲିସ ଫୋର୍ସ ସହ ପହଞ୍ଚି ରାସ୍ତା ଅବରୋଧ ହଟାଇଥିଲେ। ଏହି ସମୟରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଥିଲା। ତେବେ ବନ୍ୟାବିପନ୍ନଙ୍କୁ ଯଥାଶୀଘ୍ର ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯିବ ବୋଲି ତହସିଲଦାର ବିନୋଦ କୁମାର ବେହେରା ପ୍ରତିଶ୍ରୁତି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ

ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

ଶେଷ ମ୍ୟାଚ୍‌ରେ ହାରିଲା,ହେଲେ ୩-୨ରେ ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ହାମିଲଟନ୍,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର ଟି-୨୦ ସିରିଜ୍ ୩-୨ ସ୍କୋର ସହ ଶେଷ ହୋଇଛି। ସିରିଜ୍‌ର ପ୍ରଥମ ତିନୋଟି ମ୍ୟାଚ୍ କ୍ରମାଗତ ଭାବେ…

ବନ୍ୟା ଦୁର୍ଦ୍ଦଶା ମଧ୍ୟରେ ପୁଣି ବାତ୍ୟା ଆଶଙ୍କା, ଚିନ୍ତାରେ ଗଞ୍ଜାମବାସୀ, ମୁକାବିଲା ପାଇଁ ଜିଲା ପ୍ରଶାସନ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବେ ବି ସ୍ବାଭାବିକ ହୋଇନାହିଁ। ବିଭିନ୍ନ ଅଞ୍ଚଳରେ ବନ୍ୟାଜଳ ଜମି ରହିଥିବାରୁ…

ବନ୍ୟା ପରିଚାଳନାରେ ଅବହେଳା: ଦୁଇ କର୍ମଚାରୀ ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ଓ ପରିଚାଳନା କାର୍ଯ୍ୟରେ ଅବହେଳା ଅଭିଯୋଗରେ ଗଞ୍ଜାମ ଜିଲା ୩ ଜଣ କର୍ମଚାରୀଙ୍କ ବିରୋଧରେ ପ୍ରଶାସନ…

ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ଫାଶରେ ପଡ଼ିଲା ଷଣ୍ଢ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ଅଧୀନ ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଇଲାକାରେ ଅବାଧ ବନ୍ୟଜନ୍ତୁ ଶିକାର ଦିନକୁ ଦିନ ବଢ଼ି ଚାଲିଛି। ସାନଖେମୁଣ୍ଡି…

ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍‌ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ…

ବନ୍ୟା ବାତ୍ୟା ଟଳିଲା, ବଢ଼ିଲା ଲୋକଙ୍କ ଦୁର୍ଦ୍ଦଶା, ବିପନ୍ନଙ୍କ ନିକଟରେ ଯୁବ ସ୍ବେଚ୍ଛାସେବୀ ପହଞ୍ଚି…

ଗଞ୍ଜାମ,୧ା୧୧(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବିଶେଷ କ୍ଷତି ଗ୍ରସ୍ତ ହୋଇଛି ଗଞ୍ଜାମ ଜିଲା। ଏହି ବ୍ଲକର ଅଧିକାଂଶ ପଞ୍ଚାୟତ ଲଗାଣ ବର୍ଷା ଓ ପବନ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?